Warning: Attempt to read property "post_excerpt" on null in /home/jagratbharatnews/public_html/wp-content/themes/newsup/inc/ansar/hooks/hook-index-main.php on line 116
Spread the love

ପୂର୍ବତନ ପ୍ରଧାନମନ୍ତ୍ରୀ ତଥା ଭାରତରତ୍ନ ସ୍ବର୍ଗତ ଅଟଳ ବିହାରୀ ବାଜପେୟୀଙ୍କ ଜୟନ୍ତି ପାଳିତ ଓ ପ୍ରତିମୂର୍ତ୍ତି ଉନ୍ମୋଚନ

ଜେ ବି ଏନ, ୨୫/୧୨/୨୦୨୦, (ରିପୋର୍ଟ, ବ୍ୟୁରୋ , JRP), ଜଗତସିଂହପୁର : ଜଗତସିଂହପୁର ଜିଲ୍ଲା ଏରସମା ବ୍ଲକ ଅନ୍ତର୍ଗତ ଜପା ଗାଁରେ ପୂର୍ବତନ ପ୍ରଧାନମନ୍ତ୍ରୀ ତଥା ଭାରତରତ୍ନ ଅଟଳ ବିହାରୀ ବାଜପେୟୀଙ୍କ ର ଏକ ପ୍ରତିମୂର୍ତ୍ତି ଉନ୍ମୋଚିତ ହୋଇ ଯାଇଅଛି। ଏହି ପରିପ୍ରେକ୍ଷୀରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ପ୍ରତିମୂର୍ତ୍ତି କୁ ଉନ୍ମୋଚନ କରିଛନ୍ତି। ପରେ ଆୟୋଜିତ ସାଧାରଣ ସଭାରେ ଯୋଗ ଦେଇ କେନ୍ଦ୍ର ସରକାରଙ୍କ ଜନ

ହିତକର ଯୋଜନା ସମ୍ପର୍କରେ କହିବା ସହିତ କୃଷକ ମାନଙ୍କ ବିକାଶ ଦିଗରେ କେନ୍ଦ୍ର ସରକାର ଆଣିଥିବା କୃଷି ବିଲ ର ଉପକାରିତା ସମ୍ପର୍କରେ ଆଲୋଚନା ମଧ୍ୟ କରିଥିଲେ। ପରେ ପ୍ରଧାନମନ୍ତ୍ରୀ ମୋଦୀ ଡିଜିଟାଲ ପ୍ଲାଟଫର୍ମ ମାଧ୍ୟମରେ କୃଷକ ମାନଙ୍କ ଉଦ୍ଦେଶ୍ୟରେ କୃଷି ବିଲ ର ସୁବିଧା ସମ୍ପର୍କରେ ଅବଗତ କରାଇଥିଲେ । ଏହି କାର୍ଯ୍ୟକ୍ରମ ରେ ରାଜ୍ୟ ଓ ଜିଲ୍ଲା ସ୍ତରୀୟ ବିଜେପି ନେତାମାନେ ମଧ୍ୟ ଯୋଗ ଦେଇଥିଲେ।