Warning: Attempt to read property "post_excerpt" on null in /home/jagratbharatnews/public_html/wp-content/themes/newsup/inc/ansar/hooks/hook-index-main.php on line 116
Spread the love

 ଫାରୁକ୍‌ ଅବଦୁଲ୍ଲା ଙ୍କୁ କରୋନା

 

ଜେ ବି ଏନ, (ରିପୋର୍ଟ, ପ୍ରଦୀପ କୁମାର କାଣ୍ଡି), ଶ୍ରୀନଗର,୩।୪:୨୦୨୧, : ଜମ୍ମୁ-କଶ୍ମୀରର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ନ୍ୟାଶନାଲ କନଫରେନ୍ସ୍‌ର ଅଧ୍ୟକ୍ଷ ଫାରୁକ୍‌ ଅବଦୁଲ୍ଲାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ମାର୍ଚ୍ଚ ୩୦ରେ ତାଙ୍କ ନମୁନା ପରୀକ୍ଷା ରିପୋର୍ଟ କରୋନା ପଜିଟିଭ୍‌ ଆସିଥିଲା। ଏହାପରେ ଫାରୁକ୍‌ ହୋମ୍‌ ହାଇସୋଲେଶନରେ ଥିଲେ। ତେବେ ସ୍ବାସ୍ଥ୍ୟାବସ୍ଥା ଅଧିକ ଖରାପ ହେବାରୁ ତାଙ୍କୁ ଶନିବାର ଶ୍ରୀନଗର ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ନେଇ ଫାରୁକ୍‌ଙ୍କ ପୁଅ ଓମାର ଅବଦୁଲ୍ଲା ଟୁଇଟ୍‌ କରି ସୂଚନା ଦେଇଛନ୍ତି। ଡାକ୍ତରଙ୍କ ପରାମର୍ଶକ୍ରମେ ଫାରୁକ୍‌ଙ୍କୁ ହସ୍ପିଟାଲକୁ ନିଆଯାଇଥିବା ଓମାର କହିଛନ୍ତି। କରୋନା ଟିକାର ପ୍ରଥମ ଡୋଜ୍‌ ନେବାର ୨୮ ଦିନ ପରେ ଫାରୁକ୍‌ଙ୍କ ନମୁନା ରିପୋର୍ଟ ପଜିଟିଭ୍‌ ଆସିଥିଲା।