Spread the love

ଭୁବନେଶ୍ବର: ଡିସେମ୍ବର ୩୧ ରେ ଦକ୍ଷୀଣ ବଙ୍ଗୋପସାଗରରେ ସୃଷ୍ଟି ହୋଇପାରେ ଘୂର୍ଣ୍ଣିବଳୟ । ପରେ ଏହା ଲଘୁଚାପ ରୂପ ନେବା ସମ୍ଭାବନା ରହିଛି। ତେବେ ଓଡ଼ିଶା ଉପରେ ଏହାର କୌଣସି ପ୍ରଭାବ ରହିବ ନାହିଁ ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ନୂଆବର୍ଷ ଯାଏଁ ଶୀତର ପ୍ରକୋପରୁ ମିଳିବନି ନିସ୍ତାର। ଆସନ୍ତା ପାଞ୍ଚ ଦିନ ଘନକୁହୁଡ଼ି ପାଇଁ ସୁନ୍ଦରଗଡ଼, ସମ୍ବଲପୁର, ଅନୁଗୁଳ, ଢେଙ୍କାନାଳ, କଳାହାଣ୍ଡି, କନ୍ଧମାଳ ଓ ନୟାଗଡ଼ ଜିଲ୍ଲାକୁ ସତର୍କ କରିଛି ପାଣିପାଗ ବିଭାଗ। ଜାନୁଆରୀ ୧ ତାରିଖ ପରେ ଶୀତରୁ ସାମାନ୍ୟ ଆଶ୍ୱସ୍ତି ମିଳିବା ଆଶଙ୍କା ରହିଛି।

Leave a Reply

Your email address will not be published. Required fields are marked *