Spread the love

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଲୋକସେବା ଭବନରେ ଅନୁଷ୍ଠିତ ବୈଠକରେ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବକୁ ମଞ୍ଜୁରୀ ମିଳିଛି । ଏହି ବୈଠକରେ ‘ବରପୁତ୍ର ଐତିହ୍ୟ ଗ୍ରାମ୍ୟ ଯୋଜନା ଉପରେ କ୍ୟାବିନେଟ୍ ମୋହର ବାଜିଛି । ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା କ୍ୟାବିନେଟ ବୈଠକରେ ନିଆଯାଇଥିବା ନିଷ୍ପତ୍ତି ସମ୍ପର୍କରେ ଗଣମାଧ୍ୟମକୁ ସୂଚନା ଦେଇ କହିଛନ୍ତି, ବରପୁତ୍ରମାନଙ୍କ ଗାଁରେ ପ୍ରତିମୂର୍ତ୍ତି ଓ ସଂଗ୍ରହାଳୟ ତିଆରି ହେବ ।

ପ୍ରଥମ ପର୍ଯ୍ୟାୟରେ ୨୬ ବରପୁତ୍ରଙ୍କ ଗାଁରେ ଯୋଜନା ଆରମ୍ଭ ହେଵ । ପ୍ରତି ବରପୁତ୍ର ଐତିହ୍ୟ ଗ୍ରାମ୍ୟ ପାଇଁ ୧୫ କୋଟି ଟଙ୍କା ମଞ୍ଜୁର ହୋଇଛି । ସମ୍ପୂର୍ଣ୍ଣ ଯୋଜନାରେ ପ୍ରାୟ ୩୪୫ କୋଟି ଟଙ୍କା ବିନିଯୋଗ ହେବ ।ଏହି ଯୋଜନାରେ ବରପୁତ୍ର ମାନଙ୍କ ଜନ୍ମସ୍ଥଳୀରେ ପୂର୍ବ ପୁରୁଷଙ୍କର ବାସଗୃହକୁ ସଂଗ୍ରହାଳୟ ଭାବେ ବିକାଶ କରିବା, ପ୍ରତିମୂର୍ତ୍ତି ସ୍ଥାପନା କରିବା, ଗ୍ରନ୍ଥାଗାର ନିର୍ମାଣ, ସମ୍ମିଳନୀ କକ୍ଷ, ଖୋଲା ଆକାଶ ନାଟ୍ୟମଞ୍ଚ ଇତ୍ୟାଦିର ନିର୍ମାଣ ଆଦି ପଦକ୍ଷେପ ନିଆଯାଇ ସେମାନଙ୍କ ଗ୍ରାମକୁ ଐତିହାସିକ ସାଂସ୍କୃତିକ ସ୍ମୃତିସ୍ଥଳ ଏବଂ ପର୍ଯ୍ୟଟନ ସ୍ଥଳ ଭାବେ ବିକଶିତ କରିବାର ଲକ୍ଷ୍ୟ ରଖାଯାଇଛି । ଏହା ସହିତ ମୁଖ୍ୟମନ୍ତ୍ରୀ ଶକ୍ତିବିକାଶ ଯୋଜନା- ସ୍ମାର୍ଟ ମିଟର ସଂଯୋଗର ୧ମ ପର୍ଯ୍ୟାୟକୁ ଅନୁମୋଦନ ମିଳିଛି । ରାଜ୍ୟର ୫ଟି ଆଇଟିଆଇକୁ ଉତ୍କର୍ଷ ଆଇଟିଆଇ ରେ ପରିଣତ କରାଯିବ ।

Leave a Reply

Your email address will not be published. Required fields are marked *