Spread the love

ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ବୁଧବାର ଖୋର୍ଦ୍ଧା ଗୁରୁଜଙ୍ଗ ଠାରେ ପ୍ରସିଦ୍ଧ ଜୟପୁର ଫୁଟ୍‌ର ଏକ ନୂଆ କେନ୍ଦ୍ର ‘ବିଜୁ ମହାବୀର ଜୟପୁର ଫୁଟ ସେଣ୍ଟର’ ଉଦ୍‌ଘାଟନ କରିଛନ୍ତି। ଏହାଦ୍ବାରା ରାଜ୍ୟର ଭିନ୍ନକ୍ଷମ ମାନଙ୍କ ପାଇଁ ନୂଆ ଆଶା ସଞ୍ଚାର ହୋଇଛି। ଜୟପୁର ଫୁଟ୍‌ର କୃତ୍ରିମ ଅଙ୍ଗପ୍ରତ୍ୟଙ୍ଗ ଜରିଆରେ ସେମାନେ ହୋଇପାରିବେ ସକ୍ଷମ।

ପଦ୍ମଭୂଷଣ ଡଃ ଡି.ଆର ମେହେଟ୍ଟାଙ୍କ ଦ୍ବାରା ୧୯୭୫ ମସିହାରେ ଜୟପୁର ଫୁଟ୍‌ ସେଣ୍ଟର ପ୍ରତିଷ୍ଠିତ ହୋଇଥିଲା। ଭିନ୍ନକ୍ଷମମାନଙ୍କୁ କୃତ୍ରିମ ଅଙ୍ଗପ୍ରତ୍ୟଙ୍ଗ ଯୋଗାଣ କ୍ଷେତ୍ରରେ ଏହା ବିଶ୍ବର ଅନ୍ୟତମ ଶ୍ରେଷ୍ଠ ସଂସ୍ଥା ଅଟେ। ବିଶ୍ବର ୨୧ ଲକ୍ଷ ଭିନ୍ନକ୍ଷମଙ୍କୁ କୃତ୍ରିମ ଅଙ୍ଗପ୍ରତ୍ୟଙ୍ଗ ଯୋଗାଣ କରି ସେମାନଙ୍କୁ ସକ୍ଷମ କରିବାରେ ସହାୟକ ହୋଇଛି।

ଭିନ୍ନକ୍ଷମମାନେ ସମାଜର ଗୁରୁତ୍ବପୂର୍ଣ୍ଣ ଅଙ୍ଗ ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ସେମାନଙ୍କ ଉପଯୁକ୍ତ ଥଇଥାନ ଆମ ସମସ୍ତଙ୍କ ଦାୟିତ୍ବ। ଏଥିପାଇଁ ସମସ୍ତେ ମିଶି କାମ କରିବାକୁ ସେ ପରାମର୍ଶ ଦେଇଥିଲେ। ସେ କହିଥିଲେ ଯେ, ଭିନ୍ନକ୍ଷମଙ୍କ କଲ୍ୟାଣ ତଥା ଉତ୍ତମ ସେବା ଯୋଗାଇ ଦେବା ପାଇଁ ରାଜ୍ୟ ସରକାର ଅନେକ କାମ କରୁଛନ୍ତି।

Leave a Reply

Your email address will not be published. Required fields are marked *