Spread the love

ବିଧାନସଭା ପରିସରରେ ଉତ୍କଳ କେଶରୀଙ୍କ ଜୟନ୍ତୀ ପାଳିତ

​ଭୁବନେଶ୍ୱର, ୨୧/୧୧: ନବଉତ୍କଳର ନିର୍ମାତା ଉତ୍କଳ କେଶରୀ ଡ. ହରେକୃଷ୍ଣ ମହତାବଙ୍କ ଜୟନ୍ତୀ ଆଜି ଓଡ଼ିଶା ବିଧାନସଭା ପରିସରରେ ମହାସମାରୋହରେ ପାଳିତ ହୋଇଯାଇଛି। ଏହି ଅବସରରେ ବିଧାନସଭା ପରିସରରେ ଥିବା ଡ. ମହତାବଙ୍କ ପ୍ରତିମୂର୍ତ୍ତିରେ ବାଚସ୍ପତି ଶ୍ରୀମତୀ ସୁରମା ପାଢ଼ୀ, ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ, ଉପମୁଖ୍ୟମନ୍ତ୍ରୀ ଶ୍ରୀ କନକ ବର୍ଦ୍ଧନ ସିଂହଦେଓ ଏବଂ ଉପମୁଖ୍ୟମନ୍ତ୍ରୀ ଶ୍ରୀମତୀ ପ୍ରଭାତୀ ପରିଡ଼ା ପ୍ରମୁଖ ପୁଷ୍ପମାଲ୍ୟ ଅର୍ପଣ କରି ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି।

​କାର୍ଯ୍ୟକ୍ରମରେ ସଂସଦୀୟ ବ୍ୟାପାର ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ, ସରକାରୀ ଦଳ ମୁଖ୍ୟ ସଚେତକ ଶ୍ରୀ ସରୋଜ ପ୍ରଧାନ, ବିଧାୟକ ଶ୍ରୀ ବାବୁ ସିଂ, ଶ୍ରୀ ବିଭୂତି ଭୂଷଣ ପ୍ରଧାନ, ଶ୍ରୀ ପୂର୍ଣ୍ଣଚନ୍ଦ୍ର ସେଠୀ, ଶ୍ରୀ ଫକୀର ମୋହନ ନାୟକ, ପୂର୍ବତନ ମନ୍ତ୍ରୀ ଶ୍ରୀ ଅରବିନ୍ଦ ଢାଲି ଓ ପୂର୍ବତନ ବିଧାୟକ ଶ୍ରୀ ପ୍ରିୟଦର୍ଶୀ ମିଶ୍ର ଉପସ୍ଥିତ ଥିଲେ।

​ଏହାସହ ସୂଚନା ଓ ଲୋକସମ୍ପର୍କ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀ ହେମନ୍ତ ଶର୍ମା, ବିଧାନସଭା ସଚିବ ଶ୍ରୀ ସତ୍ୟବ୍ରତ ରାଉତ ଏବଂ ଉତ୍କଳ ସମ୍ମିଳନୀ, ପୂଜ୍ୟପୂଜା ସଂସଦ ଓ ‘ଚିନ୍ତା ଓ ଚେତନା’ର କାର୍ଯ୍ୟକର୍ତ୍ତାମାନେ ଯୋଗଦେଇଥିଲେ। ଶାଶ୍ୱତୀ ସାମାଜିକ ଓ ସାଂସ୍କୃତିକ ଅନୁଷ୍ଠାନର ଶିଳ୍ପୀମାନେ ଦେଶାତ୍ମବୋଧକ ସଂଗୀତ ଗାନ କରିଥିବା ବେଳେ ସୁଶ୍ରୀ ରୋଜାଲିନ ସାହୁ କାର୍ଯ୍ୟକ୍ରମ ସଂଯୋଜନା କରିଥିଲେ।

Leave a Reply

Your email address will not be published. Required fields are marked *