Warning: Attempt to read property "post_excerpt" on null in /home/jagratbharatnews/public_html/wp-content/themes/newsup/inc/ansar/hooks/hook-index-main.php on line 116
Spread the love

ବିବାହ ଓ ଶୁଦ୍ଧିକ୍ରିୟା ରେ ପାଇଁ ନୂତନ କଟକଣା ଲାଗୁ କଲେ ରାଜ୍ୟ ସରକାର

 

ଜେ ବି ଏନ, ୨୩/୦୩ /୨୦୨୧, (ରିପୋର୍ଟ, ସୁଶାନ୍ତ କୁମାର ସାମଲ), ଭୁବନେଶ୍ବର : କରୋନା ପାଇଁ ନୂଆ ଗାଇଡ୍‌ଲାଇନ୍‌ ଜାରି କଲେ ରାଜ୍ୟ ସରକାର। କରୋନା ସ୍ଥିତି ନେଇ ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭିଡିଓ କନଫରେନସିଂ ମାଧ୍ୟମରେ ରାଜ୍ୟର ସମସ୍ତ ଜିଲ୍ଲାପାଳ, ଏସ୍‌ପିମାନଙ୍କ ସହ ଆଲୋଚନା କରିଥିଲେ। ବାହାଘର ଭଳି ଉତ୍ସବରେ ଲୋକସଂଖ୍ୟା କମାଇବାକୁ ନିର୍ଦ୍ଦେଶ। ପୂର୍ବରୁ ସର୍ବାଧିକ ସଂଖ୍ୟା ୫୦୦ ଥିଲା ଓ ଏହାକୁ କମାଇ ୨୦୦କୁ ହ୍ରାସ କରିବାକୁ ନିର୍ଦ୍ଦେଶ ଦିଆଯାଇଛି। ଶୁଦ୍ଧିକ୍ରିୟାରେ ଏଣିକି ୫୦୦ ବଦଳରେ ୫୦ ଜଣଙ୍କୁ ଅନୁମତି ଦେଇଛନ୍ତି ରାଜ୍ୟ ସରକାର। ବାହାଘର ଓ ଶୁଦ୍ଧିକାର୍ଯ୍ୟରେ ମାସ୍କ ପରିଧାନ କଡ଼ାକଡ଼ି କରାଯିବ। ଅତିଥି ମାସ୍କ ପରିଧାନ କରିଛନ୍ତି କି ନାହିଁ ପ୍ରବେଶ ପଥରେ ଯାଞ୍ଚ ହେବ। ନିୟମକୁ ଉଲ୍ଲଂଘନ କଲେ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ। ଏହାଛଡ଼ା ବେଶୀ ସଂକ୍ରମିତ ରାଜ୍ୟରୁ ଫେରୁଥିବା ଲୋକଙ୍କ ଉପରେ ନଜର ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି। ନୂଆ କଟକଣା ମାର୍ଚ୍ଚ ୨୬ ତାରିଖରୁ ଲାଗୁ ହେବା ନେଇ ଘୋଷଣା କରାଯାଇଛି।