Spread the love

ଭଟଲିରେ ଜିଲ୍ଲାପାଳଙ୍କ ଜନ ଅଭିଯୋଗ ଶୁଣାଣୀ ଭଟଲି

ଭଟଲି ପଞ୍ଚାୟତ ସମିତି ସଭାଗୃହ ରେ ଜିଲ୍ଲାପାଳଙ୍କ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଯାଇଛି l ଏଥିରେ ଜିଲ୍ଲାପାଳ ଆଦିତ୍ୟ ଗୋୟଳ ଉପସ୍ଥିତ ରହି ଲୋକମାନଙ୍କ ବିଭିନ୍ନ ସମସ୍ୟା ସମାଧାନର ଦିଗ ଉପରେ ଆଲୋକପାତ କରିଥିଲେ l ଅନ୍ୟ ମାନଙ୍କ ମଧ୍ୟରେ ଜିଲ୍ଲା ଆରକ୍ଷୀ ଅଧିକ୍ଷକ ପ୍ରହଲ୍ଲାଦ ସହାଇ ମୀନା, ଉପଜିଲ୍ଲାପାଳ ପ୍ରସନ୍ନ କୁମାର ପାଣ୍ଡେ,ଜିଲ୍ଲାପରିଷଦ ମୁଖ୍ୟ ଉନ୍ନୟନ ତଥା କାର୍ଯ୍ୟନିର୍ବାହୀ ଅଧିକାରୀ ଲଲାଟ ଲୁହା,ଭଟଲି ପଞ୍ଚାୟତ ସମିତି ଅଧ୍ୟକ୍ଷ ନିତ୍ୟାନନ୍ଦ ପଧାନ, ଗୋଷ୍ଠୀ ଉନ୍ନୟନ ଅଧିକାରୀ ପ୍ରମୋଦ ଚନ୍ଦ୍ର ମେହେର, ତହସିଲଦାର ରାମକୃଷ୍ଣ ମିଶ୍ର,ଜିଲ୍ଲା ମୁଖ୍ୟ ସ୍ବାସ୍ଥ୍ୟ ଅଧିକାରୀ କୁବେର ଚନ୍ଦ୍ର ମହନ୍ତ ପ୍ରମୁଖ ମଞ୍ଚାସିନ ଥିଲେ l ଏଥିରେ ୫୦ ଗୋଟି ବ୍ୟକ୍ତିଗତ ଏବଂ ୬ ଗୋଟି ସାମୁହିକ ସହିତ ସମୁଦାୟ ୫୬ ଗୋଟି ଅଭିଯୋଗର ଶୁଣାଣି ହୋଇଥିଲା। ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ ଦାୟିତ୍ୱରେ ଥିବା ତାହିର ହୁସେନ କାର୍ଯ୍ୟକ୍ରମକୁ ପରିଚାଳନା କରିଥିଲେ । ଗୋଷ୍ଠୀ ଶିକ୍ଷା ଅଧିକାରୀ ଅମୃତା ସାହୁ, ଶିଶୁ ବିକାଶ ପ୍ରକଳ୍ପ ଅଧିକାରୀ ସୈରେନ୍ଦ୍ରି ମହାନନ୍ଦ, ଗୋଷ୍ଠୀ ପ୍ରାଣୀ ଚିକିତ୍ସା ଅଧିକାରୀ,ଗୋଷ୍ଠୀ କୃଷି ଅଧିକାରୀ, ଅତିରିକ୍ତ ଉଦ୍ୟାନ କୃଷି ଅଧିକାରୀ, ଯୋଗାଣ ନୀରିକ୍ଷକ ଶାନ୍ତାକାର ପଧାନ, ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ର ଅଧିକାରୀ ଡ଼ା ପ୍ରଣବ ପ୍ରକାଶ ପାଣିଗ୍ରାହୀ ତଥା ବନ ସଂରକ୍ଷକ ସୁବୋଧ କୁମାର ସାହୁ ଏବଂ ବ୍ଲକସ୍ତରୀୟ ସମସ୍ତ ବିଭାଗର କର୍ମଚାରୀ ଉପସ୍ଥିତ ଥିଲେ l ଭଟଲି ଥାନାଧିକାରୀ ବିଭୂତି ଭୂଷଣ ଦଲେଇ, ଅତିରିକ୍ତ ଗୋଷ୍ଠୀ ଉନ୍ନୟନ ଅଧିକାରୀ ଜ୍ୟୋତ୍ସାରାଣୀ ଗଡ଼ତିଆ, ଗୋଷ୍ଠୀ ସାମାଜିକ ସୁରକ୍ଷା ଅଧିକାରୀ ଆଶିଷ ନାଏକ, ନମିତା ପରିଡ଼ା, ମନିଷ କୁମାର ସାହୁ, ଅଂଶୁ କୁମାର ସାହୁ, ପ୍ରମୋଦ ସୁନା, ବ୍ଲକ କାର୍ଯ୍ୟାଳୟର ସମସ୍ତ କର୍ମଚାରୀ ସହଯୋଗ କରିଥିଲେ।

Leave a Reply

Your email address will not be published. Required fields are marked *