Spread the love

ଭାରତୀୟ ସ୍ଵାଧୀନତା ସଂଗ୍ରାମରେ ଓଡ଼ିଶାର ଭୂମିକା ଗୁରୁତ୍ୱପୂର୍ଣ୍ଣ’, ଉତ୍କଳ ଦିବସରେ ଶୁଭେଚ୍ଛା ଜଣାଇଲେ ରାଷ୍ଟ୍ରପତି

ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ’ଓଡ଼ିଶା ଦିବସ’ର ଶୁଭେଚ୍ଛା ଜଣାଇଛନ୍ତି। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ‘ଏକ୍ସ’ରେ ଲେଖିଛନ୍ତି ଓଡ଼ିଶା ଦିବସ ଅବସରରେ ସମସ୍ତଙ୍କୁ ହାର୍ଦ୍ଦିକ ଶୁଭେଚ୍ଛା ! ଏହି ଦିବସ ଓଡ଼ିଶାର ସମୃଦ୍ଧ ସାଂସ୍କୃତିକ ଐତିହ୍ୟ ଏବଂ ନାନା କ୍ଷେତ୍ରରେ ଓଡ଼ିଶାବାସୀଙ୍କ ଉଲ୍ଲେଖନୀୟ ଅବଦାନକୁ ମନେ ପକାଇବାର ଏକ ସୁନ୍ଦର ଅବକାଶ ।

ବେଶ୍ ମେଳାପି ଓ ଅତିଥିବତ୍ସଳ ଓଡ଼ିଶାବାସୀ ଆପଣାର ଗୌରବମୟ ପରମ୍ପରାକୁ ଉଜ୍ଜୀବୀତ ରଖି ଓଡ଼ିଶାର ଉନ୍ନତି ନିମନ୍ତେ କଠିନ ପରିଶ୍ରମ କରିଆସିଛନ୍ତି । ଭାରତୀୟ ସ୍ଵାଧୀନତା ସଂଗ୍ରାମରେ ଓଡ଼ିଶାର ଭୂମିକା ଗୁରୁତୂପୂର୍ଣ୍ଣ ଥିଲା ଏବଂ ଆଧୁନିକ ଭାରତର ଅନେକ ବିନ୍ଧାଣିଙ୍କୁ ଏହି ରାଜ୍ୟ ଜନ୍ମ ଦେଇଛି । ଓଡ଼ିଶାର ଶାନ୍ତି ଓ ସମୃଦ୍ଧି ପାଇଁ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ନିକଟରେ ମୁଁ ପ୍ରାର୍ଥନା କରୁଅଛି ।ଠିକ୍ ସେହିପରି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଲେଖିଛନ୍ତି, ଉତ୍କଳ ଦିବସରେ ହାର୍ଦ୍ଦିକ ଶୁଭେଚ୍ଛା। ଏହି ଦିବସ ଓଡ଼ିଶାର ସମୃଦ୍ଧ ସଂସ୍କୃତି ପ୍ରତି ଏକ ଉପଯୁକ୍ତ ସମ୍ମାନ । ଓଡ଼ିଶାର ଇତିହାସ, ସାହିତ୍ୟ ଓ ସଂଗୀତକୁ ନେଇ ଭାରତ ଗର୍ବିତ। ଓଡ଼ିଶାର ଲୋକମାନେ କଠିନ ପରିଶ୍ରମୀ ଏବଂ ବିଭିନ୍ନ କ୍ଷେତ୍ରରେ ଉତ୍କର୍ଷ ହାସଲ କରିଛନ୍ତି । ଗତ ଏକ ବର୍ଷ ଧରି କେନ୍ଦ୍ର ଏବଂ ଓଡ଼ିଶା ସରକାର ରାଜ୍ୟର ଆହୁରି ପ୍ରଗତି ପାଇଁ ବ୍ୟାପକ ଭାବେ କାର୍ଯ୍ୟ କରୁଛନ୍ତି ।

Leave a Reply

Your email address will not be published. Required fields are marked *