Spread the love

ଭୁବନେଶ୍ୱର, ୧୭/୦୩ : କେନ୍ଦ୍ର ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ଆଜି ଓଡ଼ିଶା ଗସ୍ତରେ ଆସି ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିଛନ୍ତି । ବିମାନବନ୍ଦରରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ତାଙ୍କୁ ସ୍ୱାଗତ କରିଛନ୍ତି । ଏହି ଅବସରରେ ପ୍ରତିରକ୍ଷା ମନ୍ତ୍ରୀଙ୍କୁ ସ୍ୱାଗତ କରିବା ପାଇଁ ବିମାନବନ୍ଦର ପରିସରରେ ପ୍ରସ୍ତୁତି କରାଯାଇଥିଲା ।

ରାଜନାଥ ସିଂ ଭୁବନେଶ୍ୱରରେ ଆୟୋଜିତ ଏକ ଗୁରୁତ୍ୱପୂର୍ଣ୍ଣ ଦଳୀୟ ବୈଠକରେ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି । ଏହି ବୈଠକରେ ସେ ଦଳୀୟ ନେତା ଓ କର୍ମୀଙ୍କ ସହ ଆଗାମୀ ରଣନୀତି ଏବଂ ସାଂଗଠନିକ କାର୍ଯ୍ୟକ୍ରମ ସମ୍ପର୍କରେ ଆଲୋଚନା କରିବେ । ତାଙ୍କର ଏହି ଗସ୍ତକୁ ନେଇ ଦଳୀୟ କର୍ମୀଙ୍କ ମଧ୍ୟରେ ପ୍ରବଳ ଉତ୍ସାହ ଦେଖିବାକୁ ମିଳିଛି ।

Leave a Reply

Your email address will not be published. Required fields are marked *