Spread the love

ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଭିଡିଓ କନ୍‌ଫରେନସ ଜରିଆରେ ଝାରସୁଗୁଡା ଓ ଲାଇକେରାରେ ଦୁଇଟି ଅତ୍ୟାଧୁନିକ ଡାଇଗ୍ନୋଷ୍ଟିକ ସେଣ୍ଟର ଉଦ୍‌ଘାଟନ କରିଛନ୍ତି। କରପୋରେଟ୍ ସଂସ୍ଥା ବେଦାନ୍ତ ସଂସ୍ଥା ସହଯୋଗରେ ଏହି ଦୁଇଟି କେନ୍ଦ୍ର ପ୍ରତିଷ୍ଠା କରାଯାଇଛି। ଏହା ଝାରସୁଗୁଡା ଜିଲ୍ଲାରେ ଉତ୍ତମ ସ୍ୱାସ୍ଥ୍ୟସେବା ଯୋଗାଇବାରେ ସହାୟକ ହେବ ବୋଲି ମୁଖ୍ୟମନ୍ତ୍ରୀ ଆଶା ପ୍ରକାଶ କରିଛନ୍ତି।

ଏହି ଅବସରରେ ଉଦ୍‌ବୋଧନ ଦେଇ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ସୁସ୍ଥ ଓଡିଶା, ସୁଖୀ ଓଡିଶା ଲକ୍ଷ୍ୟ ପୂରଣ ଦିଗରେ ରାଜ୍ୟବାସୀଙ୍କୁ ଉତ୍ତମ ସ୍ୱାସ୍ଥ୍ୟସେବା ଯୋଗାଇ ଦେବା ପାଇଁ ନୂଆ ନୂଆ ମେଡିକାଲ କଲେଜ ପ୍ରତିଷ୍ଠା ସହିତ ହସ୍‌ପିଟାଲ ଗୁଡିକର ଉନ୍ନତିକରଣ କରାଯାଉଛି ଏବଂ ଶହ ଶହ ଡାକ୍ତର ଓ ପାରାମେଡିକାଲ ଷ୍ଟାଫଙ୍କୁ ମଧ୍ୟ ନିଯୁକ୍ତି ଦିଆଯାଉଛି।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଗୁଣାତ୍ମକ ସ୍ୱାସ୍ଥ୍ୟସେବା ବିକାଶର ଏକ ସୂଚକ। ସେଥିପାଇଁ ସରକାର ତାଙ୍କର ଉଦ୍ୟମ ଜାରି ରଖିଛନ୍ତି। ସରକାରଙ୍କ ସହିତ ଏଥିରେ ଘରୋଇ କ୍ଷେତ୍ର ଯୋଡି ହେବା ଖୁସିର କଥା। ସମସ୍ତଙ୍କ ସହଯୋଗରେ ସ୍ୱାସ୍ଥ୍ୟସେବାର ଗୁଣାତ୍ମକ ମାନ ବୃଦ୍ଧି ପାଇବ ବୋଲି ସେ କହିଥିଲେ। ସ୍ୱାସ୍ଥ୍ୟ ଭିତ୍ତିଭୂମିରେ ବେଦାନ୍ତର ସହଯୋଗ ପାଇଁ ମୁଖ୍ୟମନ୍ତ୍ରୀ ଧନ୍ୟବାଦ ଜଣାଇଥିଲେ

Leave a Reply

Your email address will not be published. Required fields are marked *