ମୁଲବାର କ୍ଲଷ୍ଟର୍ସ୍ତରୀୟ ଶିଶୁ ମହୋତ୍ସବ “ସୁରଭି ”
ଭଟଲି: ଭଟଲି ବ୍ଲକ୍ ଅନ୍ତର୍ଗତ ମୁଲବାର କ୍ଲଷ୍ଟର୍ସ୍ତରୀୟ ଶିଶୁ ମହୋତ୍ସବ ସୁରଭି କାର୍ଯ୍ୟକ୍ରମ ବୁଧବାର ରୁନିପାଲି ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ ରେ ଅନୁଷ୍ଠିତ ହୋଇଯାଇଛି। ପ୍ରଧାନଶିକ୍ଷକ ଦଶରଥ ଗଡ଼ତିଆଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ଏବିଇଓ ରାତାରାଣୀ ତ୍ରିପାଠୀ ମୁଖ୍ୟ ଅତିଥି ଭାବରେ ଯୋଗଦେଇ ଛାତ୍ରଛାତ୍ରୀଙ୍କ ଅନ୍ତର୍ନିହିତ ଗୁଣାବଳିର ବିକାଶ କରିବା ଏହି କାର୍ଯ୍ୟକ୍ରମର ମୂଳ ଉଦ୍ଦେଶ୍ୟ ବୋଲି କହିଥିଲେ। ସମ୍ମାନିତ ଅତିଥି ଭାବେ ମୁଲବାର ସରପଞ୍ଚ ତରଣୀ କୁମୁରା, ଜିଲ୍ଲା ପରିଷଦ ସଭ୍ୟ ଈଶ୍ଵର ଚନ୍ଦ୍ର ସାହୁ ପ୍ରମୁଖ ଯୋଗଦେଇ ଛାତ୍ରଛାତ୍ରୀଙ୍କୁ ଉତ୍ସାହିତ କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ ସିଆରସିସି ଜୟରାଜ ନାଏକ, ଶୁକ୍ଲ ଗର୍ଡିଆ, ସୁଜିତ ନନ୍ଦ, ଗୁପ୍ତଚନ୍ଦ୍ର ରାଏ, ରୋହିତ ମହାନନ୍ଦ, ବିଦ୍ୟାଳୟ ପରିଚାଳନା କମିଟି ସଭାପତି ମନୋଜ ପଣ୍ଡା ପ୍ରମୁଖ ଉପସ୍ଥିତ ଥିଲେ ଏହି ଅବସରରେ ଅନୁଷ୍ଠିତ ନୃତ୍ୟ, ଗୀତ, ବକ୍ତୃତା ସମେତ ବିଭିନ୍ନ ପ୍ରତିଯୋଗିତାର ପ୍ରଥମରୁ ତୃତୀୟ ସ୍ଥାନ ଅଧିକାର କରିଥିବା କୃତୀ ଛାତ୍ରଛାତ୍ରୀଙ୍କୁ ପୁରସ୍କୃତ କରାଯାଇଥିଲା । ଛାତ୍ରୀମାନଙ୍କ ଦ୍ବାରା ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। କ୍ଷମାସାଗର ମାଝୀ ମଞ୍ଚ ପରିଚାଳନା କରିଥିବା ବେଳେ କୈଳାସ ଭୁଏ ଧନ୍ୟବାଦ ଦେଇଥିଲେ । କାର୍ଯ୍ୟକ୍ରମରେ କ୍ଲଷ୍ଟର ଅନ୍ତର୍ଗତ ସମସ୍ତ ବିଦ୍ୟାଳୟର ଶିକ୍ଷକ, ଶିକ୍ଷୟିତ୍ରୀ, ପରିଚାଳନା କମିଟି ସଦସ୍ୟ ତଥା ଗ୍ରାମବାସୀସହଯୋଗ କରିଥିଲେ |

