Spread the love

ଭୂବନେଶ୍ବର, ୨୩/୦୪ : ରାଜ୍ୟରେ ଗଠିତ ହେଲା ୩ଟି ନୂଆ ସିଭିଲ୍ ଜଜ୍ କୋର୍ଟ । ଏହି କୋର୍ଟ ଗୁଡିକ ବାଲେଶ୍ୱର ଜିଲାର ବାଲିଆପାଳ, ସୁନ୍ଦରଗଡ ଜିଲାର ଲେଫ୍ରିପଡା, ସମ୍ବଲପୁର ଜିଲାର ରେଙ୍ଗାଲି ଠାରେ ସ୍ଥାପନ କରାଯାଇଛି। ଓଡିଶା ଉଚ୍ଚ ନ୍ୟାୟାଳୟ ସହିତ ପରାମର୍ଶ କ୍ରମେ ରାଜ୍ୟ ସରକାର ଏହି କୋର୍ଟ ଗୁଡିକ ଗଠନ କରିଛନ୍ତି। ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଏ ସଂକ୍ରାନ୍ତୀୟ ପ୍ରସ୍ତାବକୁ ଅନୁମୋଦନ ଦେବା ପରେ ବିଜ୍ଞପ୍ତି ପ୍ରକାଶ ପାଇଛି।

ଅନ୍ୟ ସମସ୍ତ ଜୁନିୟର ଡିଭିଜନ୍‌ ସିଭିଲ୍‌ ଜଜ୍‌ କୋର୍ଟ ଗୁଡିକର ଅଧିକାର ସମାପ୍ତ ହେଲା ବୋଲି ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି।

Leave a Reply

Your email address will not be published. Required fields are marked *