Spread the love

୨୦ ହଜାର ପ୍ରାଥମିକ ଶିକ୍ଷକ ନିଯୁକ୍ତି ସୂଚନା:

ରାଜ୍ୟ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଅଧୀନରେ ୨୦ ହଜାର ପ୍ରାଥମିକ ଶିକ୍ଷକ ଯୋଜନାଭିତ୍ତିକ (ସିମାଟିକ୍‌) ନିଯୁକ୍ତି ପାଇଁ ଓସେପା ୱେବସାଇଟ୍‌ରେ ସୋମବାର ବିଜ୍ଞପ୍ତି ପ୍ରକାଶ ପାଇଛି। ଆସନ୍ତା ୧୩ ତାରିଖରୁ ଆଶାୟୀ ପ୍ରାର୍ଥୀମାନେ ଶିକ୍ଷକ ପଦବୀ ପାଇଁ ଆବେଦନ କରିପାରିବେ। ଓସେପାର ୱେବସାଇଟ୍ (osepa.odisha.gov.in)ରେ ଆଶାୟୀମାନେ ଆବେଦନ କରିବେ।

ବିଭାଗ ଅଧୀନରେ ହେବାକୁ ଥିବା ଏହି ୨୦ ହଜାର ଶିକ୍ଷକ ନିଯୁକ୍ତି ପ୍ରକ୍ରିୟା ସମ୍ପୂର୍ଣ୍ଣ ଭାବେ ଅନ୍‌ଲାଇନ୍‌ରେ କରାଯିବ।

କମ୍ପ୍ୟୁଟର ବେସଡ୍ ଟେଷ୍ଟ (ସିବିଟି) ମାଧ୍ୟମରେ ଲିଖିତ ପରୀକ୍ଷା କରାଯାଇ ଆଶାୟୀ ପ୍ରାର୍ଥୀଙ୍କୁ ଚୟନ କରାଯିବ। ସମଗ୍ର ଶିକ୍ଷା କାର୍ଯ୍ୟକ୍ରମ ଅଧୀନରେ ଜିଲ୍ଲା ଅନୁସାରେ ଜିଲ୍ଲା ପରିଷଦ ପକ୍ଷରୁ ସମସ୍ତ ପ୍ରାଥମିକ କନିଷ୍ଠ ଶିକ୍ଷକ (ସିମାଟିକ୍‌)ଙ୍କୁ ନିଯୁକ୍ତି ଦିଆଯିବ।

ଓସେପାରେ ୱେବସାଇଟ୍‌ରେ ନିଯୁକ୍ତି ପାଇଁ ଜିଲ୍ଲାୱାରୀ ପଦବୀ, ଲିଖିତ ପରୀକ୍ଷାର ସିଲାବସ୍‌, କେଉଁ କେଉଁ ତଥ୍ୟ ଅପଲୋଡ୍ କରାଯିବ ଆଦି ସବିଶେଷ ବିବରଣୀ ଉପଲବ୍ଧ ରହିଛି।

ଏହା ବ୍ୟତୀତ ଅନ୍ୟକୌଣସି ମାଧ୍ୟମରେ ଆବେଦନକୁ ସ୍ୱୀକାର କରାଯିବ ନାହିଁ।

ଆଶାୟୀମାନେ ଉପଯୁକ୍ତ ଇମେଲ୍ ଆଇଡି ଏବଂ ମୋବାଇଲ୍ ନମ୍ବର ଦେଇ ନିଜ ନାମ ପଞ୍ଜୀକରଣ କରିବେ। ଏହା ପରେ ଆବଶ୍ୟକ ତଥ୍ୟ ଅପଲୋଡ୍ କରି ଆବେଦନ କରିବେ।

ଅନଲାଇନରେ ଆବେଦନ ଜନିତ କୌଣସି ସମସ୍ୟା ଦେଖାଦେଲେ ଆଶାୟୀମାନେ ହେଲ୍ପଡେସ୍କ୍‌ ନମ୍ବର: ୭୩୫୩୯ ୨୭୭୭୯ ସୋମବାରଠୁ ଶୁକ୍ରବାର ପର୍ଯ୍ୟନ୍ତ ପୂର୍ବାହ୍ଣ ୧୦ଟାରୁ ଅପରାହ୍ଣ ୫ଟା ମଧ୍ୟରେ ଯୋଗାଯୋଗ କରିପାରିବେ।

Leave a Reply

Your email address will not be published. Required fields are marked *