Warning: Attempt to read property "post_excerpt" on null in /home/jagratbharatnews/public_html/wp-content/themes/newsup/inc/ansar/hooks/hook-index-main.php on line 116
Spread the love

ରାଷ୍ଟ୍ରପତି ଙ୍କ ଓଡିଶା ଗସ୍ତକୁ ନେଇ ବୈଠକ ଅନୁଷ୍ଠିତ 

 

 

ଜେ ବି ଏନ, ୧୬/୦୩/୨୦୨୧, (ରିପୋର୍ଟ, ପ୍ରଦୀପ କୁମାର କାଣ୍ଡି), ଭୁବନେଶ୍ବର : ମାନ୍ୟବର ରାଷ୍ଟ୍ରପତି ଶ୍ରୀ ରାମନାଥ କୋବିନ୍ଦଙ୍କର ଓଡିଶା ଗସ୍ତ ଅବସରରେ ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ ବରିଷ୍ଠ ପ୍ରଶାସନିକ ଏବଂ ପୋଲିସ୍ ଅଧିକାରୀଙ୍କ ଉପସ୍ଥିତିରେ ଏକ ଉଚ୍ଚସ୍ତରୀୟ ବୈଠକ ଅନୁଷ୍ଠିତ ହୋଇଛି। ରାଷ୍ଟ୍ରପତିଙ୍କ ପାଖକୁ ଯିବାକୁ ଥିବା ସମସ୍ତ ଅଧୀକାରୀ ଏବଂ ସେବା ଯୋଗାଣକାରୀଙ୍କ କୋଭିଡ୍ ପରୀକ୍ଷା କରାଯିବାକୁ ମୁଖ୍ୟ ଶାସନ ସଚିବ ନିର୍ଦ୍ଦେଶ ଦେଇଛନ୍ତି।

 

ରାଷ୍ଟ୍ରପତିଙ୍କ ଚଳିତ ମାସ ୨୧ ତାରିଖରେ ରାଉରକେଲା ଏବଂ ପରଦିନ ପୁରୀ ଓ କୋଣାର୍କ ଗସ୍ତ କାର୍ଯ୍ୟକ୍ରମ ରହିଛି। ଏହି ଗସ୍ତ ଓ ସମସ୍ତ କାର୍ଯ୍ୟକ୍ରମ ପାଇଁ ନିର୍ଦ୍ଧାରିତ ପ୍ରୋଟୋକଲ୍ ଏବଂ ଏସଓପି ଅନୁସାରେ ସମସ୍ତ କାର୍ଯ୍ୟ ନିର୍ଭୁଲ ଭାବେ କରିବା ସହ ସେସବୁର ଡ୍ରାଏ ରନ୍ କରିବା ପାଇଁ ମୁଖ୍ୟ ଶାସନ ସଚିବ ନିର୍ଦ୍ଦେଶ ଦେଇଛନ୍ତି। ଝାରସୁଗୁଡା, ଖୋର୍ଦ୍ଧା ଓ ପୁରୀ ଆଦିର ଜିଲ୍ଲାପାଳ, ଏନଆଇଟି ଏବଂ ରାଉରକେଲା ଷ୍ଟିଲ ପ୍ଲାଣ୍ଟର ବରିଷ୍ଠ ଅଧିକାରୀମାନେ ଭିଡିଓ କନଫରେନ୍ସ ମାଧ୍ୟମରେ ତଥ୍ୟ ଉପସ୍ଥାପନ କରିଥିଲେ।