Spread the love

ଚଳିତ ବର୍ଷ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ରାଜ୍ୟରେ ସମସ୍ତ ଜିଲ୍ଲାରେ ଆବଶ୍ୟକୀୟ ପଦକ୍ଷେପ ଗ୍ରହଣ କରିବାକୁ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗ ପକ୍ଷରୁ ଅବଗତ କରାଯାଇଛି । ସାଧାରଣ ବଣ୍ଟନ ବ୍ୟବସ୍ଥା ଅନ୍ତର୍ଗତ ହିତାଧିକାରୀ ମାନଙ୍କୁ ରାସନ ସାମଗ୍ରୀ ସକାଳ ସାତ ଘଟିକାରୁ ୧୦ ଘଟିକା ଏବଂ ସନ୍ଧ୍ୟା ପାଞ୍ଚ ଘଟିକାରୁ ଆଠ ଘଟିକା ମଧ୍ୟରେ ବଣ୍ଟନ କରିବାକୁ ବିଭାଗ ପକ୍ଷରୁ ପରାମର୍ଶ ଦିଆଯାଇଛି ।

ଏ ସଂକ୍ରାନ୍ତରେ ଆବଶ୍ୟକୀୟ ପଦକ୍ଷେପ ଗ୍ରହଣ କରିବାକୁ ଜିଲ୍ଲାପାଳ ମାନଙ୍କୁ ବିଭାଗ ପକ୍ଷରୁ ଅବଗତ କରାଯାଇଛି । ଏଥିସହ ଖରା ଦାଉରୁ ରକ୍ଷା ପାଇବା ପାଇଁ ହିତାଧିକାରୀ ମାନଙ୍କ ପାଇଁ ସରକାରୀ ସୁଲଭ ମୂଲ୍ୟ ଦୋକାନ ଗୁଡିକରେ ଅସ୍ଥାୟୀ ଆଶ୍ରୟସ୍ଥଳୀ, ପାନୀୟ ଜଳ, ଓଆରଏସ ମହଜୁଦ ଭଳି ବ୍ୟାପକ ଆନୁସଙ୍ଗିକ ବ୍ୟବସ୍ଥା କରିବା ପାଇଁ ପରାମର୍ଶ ଦିଆଯାଇଛି ।ସେହିଭଳି ଚାଉଳ ଉଠାଣ ଓ ବିତରଣ କେନ୍ଦ୍ର ଗୁଡିକରେ ନିୟୋଜିତ ଶ୍ରମିକମାନଙ୍କ ପାଇଁ ପାନୀୟ ଜଳ ଓ ଓଆରଏସ ବ୍ୟବସ୍ଥା କରିବାକୁ କୁହାଯାଇଛି । ହିତାଧିକାରୀ ଏବଂ ନିୟୋଜିତ ଶ୍ରମିକମାନଙ୍କ ମଧ୍ୟରେ ସଚେତନତା ସୃଷ୍ଟି ପାଇଁ ସରକାରୀ ସୁଲଭ ମୂଲ୍ୟ ଦୋକାନ ଏବଂ ଚାଉଳ ବିତରଣ କେନ୍ଦ୍ର ଗୁଡିକରେ ଆବଶ୍ୟକୀୟ ସୂଚନା ପତ୍ର ବଣ୍ଟନ ଓ ପୋଷ୍ଟର ଲଗାଇବା ପାଇଁ ମଧ୍ୟ ପରାମର୍ଶ ଦିଆଯାଇଛି । ଏତଦବ୍ୟତୀତ ପ୍ରସ୍ତୁତି ପୂର୍ବକ ସଜାଗ ରହି କାର୍ଯ୍ୟ କରିବାକୁ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗର ସମସ୍ତ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି ।

Leave a Reply

Your email address will not be published. Required fields are marked *