Spread the love

ଭୂବନେଶ୍ୱର, ୨୩/୦୭ : ପ୍ରଭୁ ଲିଙ୍ଗରାଜଙ୍କ ଏକାମ୍ର କ୍ଷେତ୍ରର ଉନ୍ନତିମୂଳକ କାର୍ଯ୍ୟ, ଟ୍ରାଫିକ ସମସ୍ୟାକୁ ଦୂର କରିବା ପାଇଁ ପର୍ଯ୍ୟାପ୍ତ ପାର୍କିଂ ବ୍ୟବସ୍ଥା ଉପରେ ମୁଖ୍ୟମନ୍ତ୍ରୀ ଗୁରୁତ୍ୱ ଦେବା ସହ ମନ୍ଦିର ଚତୁଃପାର୍ଶ୍ୱର ରାସ୍ତା ଉନ୍ନତିକରଣ କାର୍ଯ୍ୟ ପାଇଁ ନିର୍ଦ୍ଦେଶ ଦେଇଥିଲେ । ମୁଖ୍ୟମନ୍ତ୍ରୀ କହିଥିଲେ ଏକାମ୍ର କ୍ଷେତ୍ର ହେଉଛି ଭାରତ ବର୍ଷର ଏକ ପ୍ରାଚୀନ ଶୈବ ପୀଠ ।

ଲିଙ୍ଗରାଜ ମନ୍ଦିର ଚତୁଃପାର୍ଶ୍ୱରେ ଅନେକ ଛୋଟ ବଡ ମନ୍ଦିର ଅବହେଳିତ ଅବସ୍ଥାରେ ରହିଛି । ଭାରତୀୟ ପ୍ରତ୍ନତତ୍ତ୍ୱ ବିଭାଗ ସହିତ ଆଲୋଚନା କରି ଏ ସବୁ ମନ୍ଦିର ଗୁଡିକର ଉନ୍ନତିକରଣ କରାଗଲେ, ଏକାମ୍ର କ୍ଷେତ୍ରର ଆଧ୍ୟାତ୍ମିକ ପରିବେଶ ବଜାୟ ରହିବ ବୋଲି ସେ କହିଥିଲେ ।ଏହି ବୈଠକରେ ପୂର୍ତ୍ତ ଓ ଆଇନ ମନ୍ତ୍ରୀ ଶ୍ରୀ ପୃଥ୍ୱୀରାଜ ହରିଚନ୍ଦନ, ଉନ୍ନୟନ କମିଶନର ତଥା ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀମତୀ ଅନୁ ଗର୍ଗ, ମୁଖ୍ୟମନ୍ତ୍ରୀଙ୍କ ପ୍ରମୁଖ ଶାସନ ସଚିବ ଶ୍ରୀ ଶାଶ୍ୱତ ମିଶ୍ର, ପୂର୍ତ୍ତ ବିଭାଗର ପ୍ରମୁଖ ଶାସନ ସଚିବ ଶ୍ରୀ ସଞ୍ଜୟ କୁମାର ସିଂହ, ପର୍ଯ୍ୟଟନ ବିଭାଗର କମିଶନର ତଥା ଶାସନ ସଚିବ ଶ୍ରୀ ବଲୱନ୍ତ ସିଂହ ଏବଂ ପୂର୍ତ୍ତ ବିଭାଗର ବରିଷ୍ଠ ଯନ୍ତ୍ରୀ ଓ ଅଧିକାରୀମାନେ ଉପସ୍ଥିତ ଥିଲେ ।

Leave a Reply

Your email address will not be published. Required fields are marked *