Spread the love

ଶିକ୍ଷୟତ୍ରୀ ଶ୍ରୀମତୀ ପ୍ରିୟମ୍ବଦା ପଣ୍ଡା ଙ୍କୁ ଅବସର କାଳୀନ ସମ୍ବର୍ଦ୍ଧନା

କଟକ ଜିଲ୍ଲା ଅନ୍ତର୍ଗତ ଚୌଦ୍ଵାର ମୁଣ୍ଡମାଳ ସ୍ଥିତ ଝୋଟେଶ୍ୱର ସରକାରୀ ନୋଡାଲ ଉଚ୍ଚ ବିଦ୍ୟାଳୟ ଛାତ୍ର ଛାତ୍ରୀ ଙ୍କ ଅତିପ୍ରିୟ ସାହିତ୍ୟ ଶିକ୍ଷୟତ୍ରୀ ଶ୍ରୀମତୀ ପ୍ରିୟମ୍ବଦା ପଣ୍ଡା ଙ୍କୁ ଅବସର କାଳୀନ ସମ୍ବର୍ଦ୍ଧନା ଦିଆଯାଇଛି। ଝୋଟେଶ୍ୱର ସରକାରୀ ନୋଡାଲ ଉଚ୍ଚ ବିଦ୍ୟାଳୟ ପରିସରରେ ପ୍ରଧାନ ଶିକ୍ଷକ ସମରେନ୍ଦ୍ର ନାଥ ଦାସ ଙ୍କ ସଭାପତିତ୍ୱ ରେ ଆୟୋଜିତ ଅବସରକାଳୀନ ସମ୍ବର୍ଦ୍ଧନା ସଭା କରାଯାଇଥିଲା । ଏହି କାର୍ଯ୍ୟକ୍ରମରେ ବିଦ୍ୟାଳୟ ର ଶିକ୍ଷକ ଶିକ୍ଷୟତ୍ରୀ ଓ କର୍ମକର୍ତ୍ତାଙ୍କ ସମେତ ବିଶିଷ୍ଟ ବ୍ୟକ୍ତିମାନେ ଯୋଗଦେଇ ଶିକ୍ଷୟତ୍ରୀ ଶ୍ରୀମତୀ ପ୍ରିୟମ୍ବଦା ପଣ୍ଡା ଙ୍କ କୃତୀ ଶିକ୍ଷୟତ୍ରୀ ଜୀବନର ସ୍ମୃତି ଚାରଣ କରିଥିଲେ। ଏହି ସମ୍ବର୍ଦ୍ଧନା ସମାରୋହରେ ବିଦ୍ୟାଳୟ ର ଶିକ୍ଷୟିତ୍ରୀ ଶ୍ରୀମତୀ ଶୈବାଳିନି ପଣ୍ଡା, ସୋନାଲିକା ନାୟକ, କବିତା ବାରିକ୍ , ସ୍ନେହସ୍ମିତା ମଲ୍ଲିକ, ଦେବପ୍ରିୟା ଦାସ, ତୃତ୍ତିମୟୀ ଜେନା, ସଂଯୁକ୍ତା ଭୋଇ, ସୁମିତ୍ରା ଚୁଲି, ପ୍ରଣତି ପାତ୍ର, ମାନସୀ କର, ଯଶୋଦା ସାହୁ, ଅଭିରାମ ମଲ୍ଲିକ୍, ଓ ପୂର୍ବତନ ଛାତ୍ରଛାତ୍ରୀମାନେ ଯୋଗ ଦେଇଥିଲେ । ବିଦ୍ୟାଳୟର ଶିକ୍ଷକ ଶିକ୍ଷୟିତ୍ରୀ, କର୍ମଚାରୀ,ପୂର୍ବତନ ଛାତ୍ର ଛାତ୍ରୀ ଓ ବର୍ତ୍ତମାନର ଛାତ୍ର ଛାତ୍ରୀ ମାନେ ଅବସର ସାହିତ୍ୟ ଶିକ୍ଷୟିତ୍ରୀ ଶ୍ରୀମତୀ ପ୍ରିୟମ୍ବଦା ପଣ୍ଡା ଙ୍କୁ ଅଙ୍ଗବସ୍ତ୍ର, ପୁଷ୍ପଗୁଚ୍ଛ ଓ ବିଭିନ୍ନ ଉପକରଣ ଦେଇ ସମ୍ବର୍ଦ୍ଧିତ କରିଥିଲେ।

ଚୌଦ୍ଵାର ରୁ ପବିତ୍ର କୁମାର ମହାନ୍ତିଙ୍କ ରିପୋର୍ଟ୍ ଜାଗ୍ରତ ଭାରତ ନ୍ୟୁଜ୍

Leave a Reply

Your email address will not be published. Required fields are marked *