Spread the love

ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ସନ୍ଥସରାର ବାର୍ଷିକ ଉତ୍ସବ

ଢେଙ୍କାନାଳ ଜିଲ୍ଲା ଅନ୍ତର୍ଗତ ଗଁଦିଆ ବ୍ଳକ ର ସନ୍ଥସରାର ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ରେ ପ୍ରଥମ ବାର୍ଷିକ ଉତ୍ସବ ବିଦ୍ୟାଳୟ ର ପ୍ରଧାନ ଶିକ୍ଷକ ପ୍ରଦୀପ କୁମାର ନାୟକ ଓ ପରିଚାଳନା ପରିଷଦ ସଭାପତି ସତ୍ୟାନନ୍ଦ ବାରିକ ଙ୍କ ପ୍ରତ୍ୟକ୍ଷ ତତ୍ତ୍ଵାବଧାନରେ ଗତ କାଲି ଫେବୃଆରୀ ମାସ କୋଡ଼ିଏ ତାରିଖ ଅପରାହ୍ନ ରେ ଅନୁଷ୍ଠିତ ହୋଇଯାଇଅଛି। ପରିଚାଳନା ପରିଷଦ ସଭାପତି ସତ୍ୟାନନ୍ଦ ବାରିକ ଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ସଭାରେ ମୁଖ୍ୟ ଅତିଥି ଭାବେ ନିସାଦ୍ରୀ ର ନିର୍ଦେଶକ ଡକ୍ଟର ସାରଙ୍ଗ ଧର ସାମଲ, ମୁଖ୍ୟ ବକ୍ତା ଭାବେ ଷଡ଼ଙ୍ଗୀ ନୋଡାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଷଡ଼ଙ୍ଗୀ ର ରାଷ୍ଟ୍ରପତି ପୁରସ୍କାର ପ୍ରାପ୍ତ ପ୍ରଧାନ ଶିକ୍ଷକ ପ୍ରକ୍ରୁତିବନ୍ଧୁ ହରିହର ସାହୁ, ସମ୍ମାନିତ ଅତିଥି ଭାବେ ସ୍ଥାନୀୟ ସରପଞ୍ଚ ବନମାଳୀ ଲେଙ୍କା, ବିଶିଷ୍ଟ ସମାଜସେବୀ ଦିଲ୍ଲିପ କୁମାର ଦାଶ, ପ୍ରଧାନ ଶିକ୍ଷକ ସୁବାଷ ଚନ୍ଦ୍ର ସ୍ବାଇଁ, ପ୍ରାକ୍ତନ ପ୍ରଧାନ ଶିକ୍ଷୟିତ୍ରୀ ତୁଳସୀ ବିଶ୍ବାଳ, ସ୍ଥାନୀୟ ସିଆରସିସି ଛାୟା ପ୍ରକାଶ ବେହେରା ଉପସ୍ଥିତ ହୋଇ ଉଦ୍ ବୋଧନ ଦେଇଥିଲେ ଓ ସଫଳ ପ୍ରତିଯୋଗୀମାନଙ୍କୁ ପୁରସ୍କାର ଓ ପ୍ରମାଣ ପତ୍ର ପ୍ରଦାନ କରିଥିଲେ। ବିଦ୍ୟାଳୟ ଛାତ୍ରଛାତ୍ରୀମାନଙ୍କ ଦ୍ବାରା ରଙ୍ଗାରଙ୍ଗ ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଥିଲା ପୁରାତନ ଛାତ୍ର ଦିଲ୍ଲିପ କୁମାର ନାୟକ ଓ ଶିକ୍ଷୟିତ୍ରୀ ମିରା କୁମାରୀ ସଂଯୋଜନା କରିଥିଲେ। ସମସ୍ତ ଶିକ୍ଷକ ଶିକ୍ଷୟିତ୍ରୀ ଓ ପରିଚାଳନା ପରିଷଦ ସହଯୋଗ କରିଥିଲେ। ପ୍ରଧାନ ଶିକ୍ଷକ ଶ୍ରୀ ନାୟକ ଧନ୍ୟବାଦ ଅର୍ପଣ କରିଥିଲେ।

Leave a Reply

Your email address will not be published. Required fields are marked *