Spread the love

ସହରାଞ୍ଚଳ ଜନସମ୍ପର୍କ ଓ ନାଗରିକ ଭାଗୀଦାରୀ କାର୍ଯ୍ୟକ୍ରମ

ବାଲିଗୁଡା, ତା, ୧୦/୦୭: (ସୁଶୀଳ କୁମାର ପାଣିଗ୍ରାହୀ ) କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ବିଜ୍ଞାପିତ ଅଞ୍ଚଳ ପରିଷଦ ଦ୍ଵାରା ବାଲିଗୁଡ଼ା ଟାଉନ ହଲ ଠାରେ ସହରାଞ୍ଚଳ ଜନସମ୍ପର୍କ ଓ ନାଗରିକ ଭାଗୀଦାରୀ କାର୍ଯ୍ୟକ୍ରମ ବିଜ୍ଞାପିତ ଅଞ୍ଚଳ ପରିଷଦ ର କାର୍ଯ୍ୟ ନିର୍ବାହୀ ଅଧିକାରୀ ବିବେକାନନ୍ଦ ଦଳେଇ ଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ସହରାଞ୍ଚଳ ପିଡି ପ୍ରବିଣ କୁମାର ବାଣୁଆ ମୁଖ୍ୟ ଅତିଥି ଭାବେ ଯୋଗଦେଇ ସରକାରଙ୍କ ବିଭିନ୍ନ ଜନ କଲ୍ୟାଣକାରୀ ଯୋଜନା ଉପସ୍ଥିତ ଥିବା ଜନସାଧାରଣଙ୍କୁ ଉଦବୋଧନ ଜରିଆରେ ଜଣାଇଥିଲେ। ତେବେ ଏହି କାର୍ଯ୍ୟକ୍ରମରେ ନୂତନ ଭାବେ ଆୟୁଷ୍ମାନ ଯୋଜନାରେ ଅନ୍ତର୍ଭୁକ୍ତ କରାଯାଇଥିବା ୧୦୦ ରୁ ଉର୍ଦ୍ଧ ହିତାଧିକାରୀ ଙ୍କୁ ଆୟୁଷ୍ମାନ କାର୍ଡ ପ୍ରଦାନ କରାଯାଇଥିଲା। ଏହା ସହ ୧୪ ଜଣ ବିକଳାଙ୍ଗ ଭତ୍ତା ହିତାଧିକାରୀ ଏବଂ ତିନି ଜଣ ଅବିବାହିତା ହିତାଧିକାରୀ ଙ୍କୁ ମଧ୍ୟ ଭତ୍ତା ରାଶି ପ୍ରଦାନ କରାଯାଇଥିଲା। କାର୍ଯ୍ୟକ୍ରମରେ ସମ୍ମାନୀତ ଅତିଥି ଭାବେ ବିଜ୍ଞାପିତ ଅଞ୍ଚଳ ପରିଷଦର ଅଧ୍ୟକ୍ଷ ଗୋବିନ୍ଦ ପ୍ରଧାନ, ବିଜ୍ଞାପିତ ଅଞ୍ଚଳ ପରିଷଦ ସାଂସଦ ପ୍ରତିନିଧି ଆଦିକନ୍ଦ ପଟ୍ଟନାୟକ, କାଉନସିଲର ଆଲୋକ ନାୟକ ପ୍ରମୁଖ ଉପସ୍ଥିତ ଥିଲେ।

Leave a Reply

Your email address will not be published. Required fields are marked *