Spread the love

ସାରା ରାଜ୍ୟରେ ସାଇବର୍ ସଚେତନତା କାର୍ଯ୍ୟକ୍ରମକୁ ବ୍ୟାପକ କରିବା ପାଇଁ ଆଜି ସନ୍ଧ୍ୟାରେ ମୁଖ୍ଯ ଶାସନ ସଚିବ ଶ୍ରୀ ପ୍ରଦୀପ କୁମାର ଜେନାଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ ବୈଠକ ଅନୁଷ୍ଠିତ ହୋଇଯାଇଛି। ସେପ୍ଟେମ୍ବର ୩୦ରୁ ଅକ୍ଟୋବର ୧୫ ତାରିଖ ପର୍ଯ୍ୟନ୍ତ ସାଇବର ସଚେତନତାକୁ ବ୍ୟାପକ କରାଯିବ ବୋଲି ନିଷ୍ପତ୍ତି ହୋଇଛି।

ଏହି ବୈଠକରେ ଗୃହ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ, ପୋଲିସ୍ ମହାନିର୍ଦ୍ଦେଶକ, ଏଡିଜି କ୍ରାଇମ୍‌ଙ୍କ ସମେତ ବହୁ ବରିଷ୍ଠ ପ୍ରଶାସନିକ ଅଧିକାରୀମାନେ ଉପସ୍ଥିତ ଥିଲେ। ସମସ୍ତ ଜିଲ୍ଲାରେ ଜିଲ୍ଲା ପ୍ରଶାସନ ଏବଂ ପୋଲିସ୍ ସହଯୋଗରେ କାର୍ଯ୍ୟକ୍ରମର ସଫଳ ରୂପାୟନ ପାଇଁ ମୁଖ୍ୟଶାସନ ସଚିବ ନିର୍ଦ୍ଦେଶ ଦେଇଛନ୍ତି।

Leave a Reply

Your email address will not be published. Required fields are marked *