Spread the love

ଢେଙ୍କାନାଳ: କୈବଲ୍ୟ ବଜାର ସ୍ଥିତ ସିଦ୍ଧ ବଳରାମ ଜୀଉଙ୍କ ମନ୍ଦିରରେ ଆଜି ଆଷାଢ଼ ମାସର ହରିଶୟନ ବଡ ଏକାଦଶୀ ନୀତି ପାଳନ କରାଯାଇଛି। ପ୍ରାତଃ ସମୟ ରୁ ମଙ୍ଗଳ ଆଳତି ମହାସ୍ନାନ,ବସ୍ତ୍ର, ତୁଳସୀ ହାର ଓ ଫୁଲହାର,ବଲ୍ଲଭ ଭୋଗ ଲାଗି କରାଯାଇଥିଲା, ସକାଳ ଦଶଟା ସମୟରେ ଖେଚୁଡ଼ି ଭୋଗ , ମଧ୍ୟାହ୍ନ ରେ ଅର୍ଣ୍ଣଧୁପ ,ସନ୍ଧ୍ୟା ବେଳେ ଆଳତୀ ରାତ୍ର ଧୂପ ପରେ ଏକାଦଶୀ ବେଢା ମହାଦୀପ ମନ୍ଦିର ଉପରକୁ ଉଠିବ ଏବଂ ରାତ୍ର ରେ ମନ୍ଦିର ପହଡ଼ ପଡିବ। ପୂଜକ ମଳୟ କର ,ପାଳିଆ ସେବକ ଶମ୍ଭୁନାଥ ମହାପାତ୍ର, ବ୍ରଜ ମୋହନ ମହାପାତ୍ର, କାହାଳିଆ ଟିକନ ବେହେରା , ଓ ମନ୍ଦିର ର ଜିମାଦାର ଶ୍ୟାମସୁନ୍ଦର ପାଣିଗ୍ରାହୀଙ୍କ ଉପସ୍ଥିତ ରେ ଏହି ଆଷାଢ଼ ମାସର ହରିଶୟନ ବଡ ଏକାଦଶୀ ପାଳିତ ହୋଇଥଲା।

Leave a Reply

Your email address will not be published. Required fields are marked *