*ହରେକୃଷ୍ଣପୁର କ୍ଲଷ୍ଟରରେ ଶିଶୁ ମହୋତ୍ସବ “ସୁରଭି” ଉଦଯାପିତ*
(କଳାହାଣ୍ଡି):ଲାଞ୍ଜିଗଡ.12/10/(ବାଲେଶ୍ୱର ସୁନାନୀ ଜାଗ୍ରତ ଭାରତ )ଲାଞ୍ଜିଗଡ ବ୍ଲକ ଅନ୍ତର୍ଗତ ହରେକୃଷ୍ଣପୁର କ୍ଲଷ୍ଟରରେ ଆଡମ୍ବର ସହିତ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ, ଭାଟଗୁଡା ଠାରେ କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ “ସୁରଭି” ଉଦଯାପିତ ହୋଇଯାଇଛି।
କାର୍ଯ୍ୟକ୍ରମରେ ସମ୍ମାନନୀୟ ଗୋଷ୍ଠୀ ଶିକ୍ଷା ଅଧିକାରୀ ଶ୍ରୀଯୁକ୍ତ ରୁଷିଆ ମେହେର ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିବା ବେଳେ, ନୂତନ ଭାବେ ଯୋଗ ଦେଇଥିବା ଆଞ୍ଚଳିକ ସାଧନ କେନ୍ଦ୍ର ସଂଯୋଜକ ଶ୍ରୀଯୁକ୍ତ ବିଭୂତି ଭୂଷଣ ହରିଜନ, ପୂର୍ବତନ ଆଞ୍ଚଳିକ ସାଧନ କେନ୍ଦ୍ର ସଂଯୋଜିକା ଶ୍ରୀମତୀ ଜ୍ୟୋତିର୍ମୟୀ କଞ୍ଚାନବାଳା ମହାରଣା, ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ, ଭାଟଗୁଡାର ପ୍ରଧାନ ଶିକ୍ଷକ ଶ୍ରୀଯୁକ୍ତ ଲବ ଦୁର୍ଗା, ବିଦ୍ୟାଳୟ ପରିଚାଳନା ସମିତି ସଭାପତି ଶ୍ରୀଯୁକ୍ତ ବିଜୟ ମାଝୀ ମଞ୍ଚାସୀନ ଥିଲେ।
ଏହି ଅବସରରେ ପାଠ ପଢିବା ସହିତ ନାଚ, ଗୀତ, ଖେଳ, ବକ୍ତୃତା, ପ୍ରବନ୍ଧ ଲିଖନ ଓ ସାଧାରଣ ଜ୍ଞାନ ପ୍ରତିଯୋଗିତାରେ ଭାଗ ନେଇ ଶାରୀରିକ ଓ ମାନସିକ ଭାବେ ସୁସ୍ଥ ରହିବା ଅତ୍ୟନ୍ତ ଜରୁରୀ ବୋଲି ଗୋଷ୍ଠୀ ଶିକ୍ଷା ଅଧିକାରୀ ତାଙ୍କ ଅଭିଭାଷଣରେ ଛାତ୍ରଛାତ୍ରୀଙ୍କୁ ପରାମର୍ଶ ଦେଇଥିଲେ। ନାଚ, ଗୀତ ଓ ଖେଳକୁ ପ୍ରାଧାନ୍ୟ ଦେଇ ମଧ୍ୟ ନିଜର ପରିଚୟ ସୃଷ୍ଟି କରି ପାରିବ ବୋଲି ସେ କହିଥିଲେ।
କାର୍ଯ୍ୟକ୍ରମଟି ପୂର୍ବତନ ଆଞ୍ଚଳିକ ସାଧନ କେନ୍ଦ୍ର ସଂଯୋଜିକା ଶ୍ରୀମତୀ କଞ୍ଚାନବାଳା ମହାରଣାଙ୍କ ତତ୍ତ୍ୱାବଧାନରେ ପରିଚାଳିତ ହୋଇଥିବା ବେଳେ ଶିକ୍ଷକ ରାଘବ ଗହୀର ମଞ୍ଚ ପରିଚାଳନା କରିଥିଲେ। ଏହି ଅବସରରେ ବିଭିନ୍ନ ପ୍ରତିଯୋଗିତା ଅନୁଷ୍ଠିତ କରାଯାଇ କୃତୀ ପ୍ରତିଯୋଗୀମାନଙ୍କୁ ମାନପତ୍ର ସହିତ ପୁରସ୍କୃତ କରାଯାଇଥିଲା। କାର୍ଯ୍ୟକ୍ରମକୁ ସୁଚାରୁ ରୂପେ ସମ୍ପାଦନରେ କ୍ଲଷ୍ଟରର ସମସ୍ତ ଶିକ୍ଷକ-ଶିକ୍ଷୟିତ୍ରୀ ସହଯୋଗ କରିଥିବାରୁ ଶେଷରେ ସମସ୍ତଙ୍କୁ ନୂତନ ଆଞ୍ଚଳିକ ସାଧନ କେନ୍ଦ୍ର ସଂଯୋଜକ ଶ୍ରୀଯୁକ୍ତ ବିଭୂତି ଭୂଷଣ ହରିଜନ ଧନ୍ୟବାଦ ଅର୍ପଣ କରିଥିଲେ।

