Spread the love

୧୦ ଅଗଷ୍ଟରେ ହେବନି ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି

ପରବର୍ତ୍ତୀ ତାରିଖ ପରେ ଜଣାଇବ ସାଧାରଣ ପ୍ରଶାସନ ବିଭାଗ

ଭୁବନେଶ୍ୱର: ଆସନ୍ତା ଅଗଷ୍ଟ ୧୦ ତାରିଖ ସୋମବାର ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହେବ ନାହିଁ। ମୁଖ୍ୟମନ୍ତ୍ରୀଙ୍କ ଅନ୍ୟାନ୍ୟ ଗୁରୁତ୍ୱପୂର୍ଣ୍ଣ ସରକାରୀ କାର୍ଯ୍ୟକ୍ରମ ଥିବାରୁ ଏହି ଶୁଣାଣିକୁ ସାମୟିକ ଭାବେ ବନ୍ଦ ରଖାଯାଇଛି।

ଭୁବନେଶ୍ୱର ୟୁନିଟ୍-୨ସ୍ଥିତ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠରେ ପ୍ରତି ସୋମବାର ହେଉଥିବା ଜନ ଅଭିଯୋଗ ଶୁଣାଣି ଏଥର ହେବ ନାହିଁ ବୋଲି ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ତେବେ ଅଭିଯୋଗ ନେଇ ଆସୁଥିବା ଜନସାଧାରଣଙ୍କୁ ପରବର୍ତ୍ତୀ ଶୁଣାଣିର ତାରିଖ ନେଇ ପରେ ସୂଚନା ଦିଆଯିବ। ଏହି ତାରିଖ ସମ୍ପର୍କରେ ସମ୍ବାଦପତ୍ର ଓ ଅନ୍ୟାନ୍ୟ ଗଣମାଧ୍ୟମ ଜରିଆରେ ଲୋକଙ୍କୁ ଅବଗତ କରାଯିବ ବୋଲି ବିଭାଗ ପକ୍ଷରୁ କୁହାଯାଇଛି।

Leave a Reply

Your email address will not be published. Required fields are marked *