Spread the love

ଭୂବନେଶ୍ୱର, ୧୬/୧୧ : ଆସନ୍ତା ୧୮ ଏବଂ ୨୫ ତାରିଖରେ ଭୁବନେଶ୍ୱର, ୟୁନିଟ -୫ ସ୍ଥିତ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠଠାରେ ଜନ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ବନ୍ଦ ରହିବ। ଏ ସମ୍ପର୍କରେ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ତରଫରୁ ସୂଚନା ଦିଆଯାଇଛି। ପରବର୍ତ୍ତୀ ଅଭିଯୋଗ ଶୁଣାଣିର ତାରିଖ ସମ୍ବାଦପତ୍ର ତଥା ଅନ୍ୟ ଗଣମାଧ୍ୟମ ଜରିଆରେ ଜଣାଇ ଦିଆଯିବ ବୋଲି ବିଭାଗ ପକ୍ଷରୁ ଜଣାଯାଇଛି।

ଯେଉଁମାନେ ଏହି ଦିନ ମୁଖ୍ୟମନ୍ତ୍ରୀଙ୍କୁ ସାକ୍ଷାତ କରିବା ପାଇଁ ଅନଲାଇନ୍‌ ଯୋଗେ ପଞ୍ଜୀକରଣ କରିଥିଲେ, ସେମାନେ ମୁଖ୍ୟମନ୍ତ୍ରୀଙ୍କ ପରବର୍ତ୍ତୀ ଅଭିଯୋଗ ଶୁଣାଣି ପାଇଁ ପୁନଃ ପଞ୍ଜୀକରଣ କରିବାର ଆବଶ୍ୟକତା ନାହିଁ । ସେମାନଙ୍କୁ ପରବର୍ତ୍ତୀ ଅଭିଯୋଗ ଶୁଣାଣିର ତାରିଖ ସମ୍ବାଦପତ୍ର ଓ ଅନ୍ୟ ଗଣମାଧ୍ୟମ ଜରିଆରେ ଜଣାଇ ଦିଆଯିବ ବୋଲି ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଥିଲା।

Leave a Reply

Your email address will not be published. Required fields are marked *