ଯୋଗ୍ୟ ପ୍ରାର୍ଥୀଙ୍କୁ ନିଯୁକ୍ତିପତ୍ର ବାଣ୍ଟିବେ କେନ୍ଦ୍ର ମନ୍ତ୍ରୀ ଶ୍ରୀ ଧର୍ମେନ୍ଦ୍ର ପ୍ରଧାନ

ଦେଶରେ ନିଯୁକ୍ତି ଆଶାୟୀ ପ୍ରତିଭାବାନ ଯୁବକ ଯୁବତୀମାନଙ୍କୁ ସରକାରୀ ଚାକିରି ଦେବା ଲାଗି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ନେତୃତ୍ବରେ ଭାରତ ସରକାର ବିଭିନ୍ନ ସ୍ଥାନରେ ରୋଜଗାର ମେଳା ଆୟୋଜନ କରୁଛନ୍ତି । ଆସନ୍ତାକାଲି, ୨୦ ଜାନୁଆରୀ ୨୦୨୩ରେ ଓଡ଼ିଶାରେ ଚଳିତ ବର୍ଷର ପ୍ରଥମ ରୋଜଗାର ମେଳା ଅନୁଷ୍ଠିତ ହେବ । କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ଏବଂ ଉଦ୍ୟମିତା ମନ୍ତ୍ରୀ ଶ୍ରୀ ଧର୍ମେନ୍ଦ୍ର ପ୍ରଧାନ ଭୁବନେଶ୍ୱରରେ ଆୟୋଜିତ ହେବାକୁ ଥିବା ରୋଜଗାର ମେଳାରେ ଯୋଗ୍ୟ ମନୋନୀତ ପ୍ରାର୍ଥୀମାନଙ୍କୁ ସରକାରୀ ଚାକିରିର ନିଯୁକ୍ତିପତ୍ର ବାଣ୍ଟିବେ। ଏମାନଙ୍କୁ ଭାରତ ସରକାରଙ୍କ ବିଭିନ୍ନ ମନ୍ତ୍ରଣାଳୟ ଓ ବିଭାଗରେ ନିଯୁକ୍ତି ମିଳିବ। ଭୁବନେଶ୍ୱର ଆଚାର୍ଯ୍ୟ ବିହାରସ୍ଥିତ ସିଏସଆଇଆର-ଖଣିଜ ଏବଂ ବସ୍ତୁ ପ୍ରଯୁକ୍ତି ପ୍ରତିଷ୍ଠାନ (ଆଇଏମଏମଟି)ରେ ଏହି ରୋଜଗାର ମେଳା ଅନୁଷ୍ଠିତ ହେବ।

ସୂଚନାଯୋଗ୍ୟ ଯେ ଦେଶର ୧୦ ଲକ୍ଷରୁ ଅଧିକ ଲୋକଙ୍କୁ ଚାକିରି ଦେବା ଲାଗି ଗତ ଅକ୍ଟୋବର ମାସରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ରୋଜଗାର ମେଳାର ଶୁଭାରମ୍ଭ କରିଥିଲେ। ପର୍ଯ୍ୟାୟକ୍ରମେ ଦେଶର ବିଭିନ୍ନ ସହରରେ ରୋଜଗାର ମେଳାମାନ ଆୟୋଜନ କରାଯାଉଛି। ପ୍ରଧାନମନ୍ତ୍ରୀଙ୍କ ନିର୍ଦ୍ଦେଶ ଅନୁଯାୟୀ, ଭାରତ ସରକାରଙ୍କ ସମସ୍ତ ମନ୍ତ୍ରଣାଳୟ ଏବଂ ବିଭାଗ ଖାଲି ରହିଥିବା ଅନୁମୋଦିତ ପଦବୀ ପୂରଣ କରିବା ଲାଗି ମିଶନ ମୋଡରେ କାମ କରୁଛନ୍ତି।

By

Leave a Reply

Your email address will not be published. Required fields are marked *