{"remix_data":[],"remix_entry_point":"challenges","source_tags":["local"],"origin":"unknown","total_draw_time":0,"total_draw_actions":0,"layers_used":0,"brushes_used":0,"photos_added":0,"total_editor_actions":{},"tools_used":{"transform":1},"is_sticker":false,"edited_since_last_sticker_save":true,"containsFTESticker":false}
Spread the love

୨୭ ତାରିଖ ସକାଳେ ବାତ୍ୟା ସମ୍ଭାବନା

ଭୁବନେଶ୍ବର: ଅକ୍ଟୋବର ୨୭ ତାରିଖ ସକାଳେ ବାତ୍ୟା ସୃଷ୍ଟି ହେବାର ସମ୍ଭାବନା ରହିଛି। ବଙ୍ଗୋପସାଗରରେ ବାତ୍ୟା ସୃଷ୍ଟି ହେବାର ସମ୍ଭାବନା ଥିବା ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଦକ୍ଷିଣ–ପୂର୍ବ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ କ୍ଷେତ୍ର ବାତ୍ୟାର ରୂପ ନେଇପାରେ। ଏହା ପଶ୍ଚିମ–ଉତ୍ତରପଶ୍ଚିମ ଦିଗକୁ ଗତି କରିବା ସମ୍ଭାବନା ରହିଛି। ଲଘୁଚାପ କାଲି ସୁଦ୍ଧା ଅବପାତର ରୂପ ନେଇପାରେ। ୨୬ ତାରିଖ ସୁଦ୍ଧା ଗଭୀର ଅବପାତର ରୂପ ନେବା ସମ୍ଭାବନା ରହିଛି । ୨୭ ସକାଳୁ ଓଡ଼ିଶା ଓ ଆନ୍ଧ୍ର ପ୍ରଦେଶରେ ପ୍ରବଳ ବର୍ଷା ଓ ପବନ ବହିବା ଆଶଙ୍କା ରହିଛି ବୋଲି ଭୁବନେଶ୍ଵର ପାଣିପାଗ ବିଜ୍ଞାନ କେନ୍ଦ୍ର ନିର୍ଦ୍ଦେଶିକା ମନୋରମା ମହାନ୍ତି ସୂଚନା ଦେଇଛନ୍ତି।

Leave a Reply

Your email address will not be published. Required fields are marked *