Spread the love

ଜିଲ୍ଲା କାର୍ଯ୍ୟାଳୟରେ ଅଭିଯୋଗ ଶୁଣାଣି ।

​ଅନୁଗୋଳ, ତା.୨୬.୧୦:- ଜିଲ୍ଲା କାର୍ଯ୍ୟାଳୟ ଠାରେ ଅନୁଗୋଳ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ମାୟାଧର ବେହେରାଙ୍କ ଅଧ୍ୟକ୍ଷତାରେ ଜନ ଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ୨୯ଟି ଅଭିଯୋଗ ଗ୍ରହଣ କରାଯାଇଥିଲା। ସେଥିମଧ୍ୟରୁ ୨୮ଟି ବ୍ୟକ୍ତିଗତ ଓ ୨ଟି ଗ୍ରାମ୍ୟଭିତ୍ତିକ ଅଭିଯୋଗର ଶୁଣାଣି କରାଯାଇଥିଲା। ୧ ଜଣଙ୍କୁ ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୫ ହଜାର ଟଙ୍କା ଓ ୫ ଜଣଙ୍କୁ ରେଡକ୍ରସ ପାଣ୍ଠିରୁ ୧୨ ହଜାର ୫୦୦ ଟଙ୍କା ଚିକିତ୍ସା ସହାୟତା ରାଶି ପ୍ରଦାନ କରାଯାଇଥିଲା। ଏହି କାର୍ଯ୍ୟକ୍ରମରେ ବିଭିନ୍ନ ବିଭାଗର ଜିଲ୍ଲା ସ୍ତରୀୟ ଅଧିକାରୀମାନେ ଯୋଗ ଦେଇଥିଲେ। ଏହି ଶିବିରକୁ ଆସିଥିବା ଲୋକମାନେ ଗ୍ରାମ୍ୟ ସମସ୍ୟା, ସ୍ୱାସ୍ଥ୍ୟ, ଗ୍ରାମୀଣ ଆବାସ, ଜମିଜମା ସମ୍ବନ୍ଧୀୟ, ବ୍ୟକ୍ତିଗତ ସମସ୍ୟା ସମେତ ବିଭିନ୍ନ ଅଭିଯୋଗ ଦାଖଲ କରିଥିଲେ।

Leave a Reply

Your email address will not be published. Required fields are marked *