Spread the love

ବେଦବ୍ୟାସ ମନ୍ଦିର ଉନ୍ନତିକରଣ ନିମନ୍ତେ ରାଉରକେଲା ରେ 5T ସଚିବ

ଓଡିଶା ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶରେ 5T ସଚିବ ଶ୍ରୀ ଭି.କେ ପାଣ୍ଡିଆନ ରାଉରକେଲାର ବେଦବ୍ୟାସ ପୀଠ ପରିଦର୍ଶନ କରି ଉନ୍ନତିମୂଳକ କାର୍ଯ୍ୟର ସମୀକ୍ଷା କରିଛନ୍ତି। ପୀଠର ବିକାଶ ନେଇ ଟ୍ରଷ୍ଟ ବୋର୍ଡର ସଭ୍ୟ, ସେବାୟତ ଏବଂ ସ୍ଥାନୀୟ ଜନସାଧାରଣଙ୍କ ଆଲୋଚନା କରି ବିସ୍ତୃତ ଯୋଜନା ପ୍ରସ୍ତୁତ କରିଛନ୍ତି । ଏହି ଆଲୋଚନାରେ ମୁଖ୍ୟତଃ ସ୍ଵର୍ଗଦ୍ଵାରର ବିକାଶ, ନଦୀ ସମ୍ମୁଖ ଭାଗର ଉନ୍ନତିକରଣ, ଯାତ୍ରୀଙ୍କ ପାଇଁ ବିଭିନ୍ନ ଭିତ୍ତିଭୂମିର ବିକାଶ, ଯାତ୍ରୀ ନିବାସ ନିର୍ମାଣ, ଲାଇଟ୍ ଏଣ୍ଡ ସାଉଣ୍ଡ ବ୍ୟବସ୍ଥା ଉପରେ ଆଲୋକପାତ କରାଯାଇଛି। ପୀଠର ସର୍ବାଙ୍ଗୀନ ଉନ୍ନତି ପାଇଁ ରାଜ୍ୟ ସରକାର ନିଷ୍ଠାର ସହ ଉଦ୍ୟମ ଜାରି ରଖିଛନ୍ତି ବୋଲି ସେ ଉଲ୍ଲେଖ କରିଛନ୍ତି।

By

Leave a Reply

Your email address will not be published. Required fields are marked *