
ଅନୁଗୋଳ ଜିଲ୍ଲାରୁ ୨୬ ଜଣ କରୋନା ପଜିଟିଭ ଚିହ୍ନଟ
ପଜିଟିଭ ସଂଖ୍ୟା ୧୧୩୫୬ ରେ ପହଞ୍ଚିଲା
ସୁସ୍ଥ ହେଲେ ୧୬ ଜଣ ଆକ୍ରାନ୍ତ ।
(ଜେ ବି ଏନ /ସୁଶିଲ କୁମାର) ୧୪/୧୨ /୨୦୨୦ ଅନୁଗୋଳ : ଅନୁଗୋଳ ଜିଲ୍ଲାରେ ୨୬ ଜଣ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଥିବାର ଜଣାପଡିଛି । ସେହିପରି ଅନ୍ୟ ଜିଲ୍ଲାରୁ ଅନୁଗୋଳରେ ସ୍ଵାବ ନମୁନା ଦେଇଥିବା ବ୍ୟକ୍ତିମାନକ ମଧ୍ୟରୁ ୧ ଜଣ ଆକ୍ରାନ୍ତ ଚିହ୍ନଟ ହୋଇ ସମୁଦାୟ ଆକ୍ରାନ୍ତଙ୍କ ସଂଖ୍ୟା ୧୯୯ ରେ ପହଞ୍ଚିଛି ।

ଅନୁଗୋଳ ଜିଲ୍ଲା ମଧ୍ୟରୁ ଚିହ୍ନଟ ହୋଇଥିବା ଆକ୍ରାନ୍ତ ମାନଙ୍କ ମଧ୍ୟରେ ଛେଣ୍ଡିପଦା ବ୍ଳକ ଅଞ୍ଚଳରୁ ସର୍ବାଧୂକ ୧୨ଜଣ ( ୪ ଜଣ ପୁରୁଷ ଓ ୮ଜଣ ମହିଳା ) , ବଅଁରପାଳ ବ୍ଳକ ଅଞ୍ଚଳରୁ ୫ଜଣ ( ୪ ଜଣ ପୁରୁଷ ଓ ୧ଜଣ ମହିଳା ) , କଣିହାଁ ବ୍ଳକ ଅଞ୍ଚଳରୁ ୩ଜଣ ( ୧ଜଣ ପୁରୁଷ ଓ ୨ଜଣ ମହିଳା ) , ତାଳଚେର ବ୍ଲକ ଅଞ୍ଚଳରୁ ୨ଜଣ ( ୨ଜଣ ମହିଳା ) , ଆଠମଲ୍ଲିକ ବ୍ଲକ ଅଞ୍ଚଳରୁ ୨ଜଣ ( ୧ଜଣ ପୁରୁଷ ଓ୧ ଜଣ ମହିଳା ) , ଅନୁଗୋଳ ପୌରାଞ୍ଚଳରୁ ୧ଜଣ ୧ ଜଣ ମହିଳା ) ଓ ପାଳଲହଡା ବ୍ଳକ ଅଞ୍ଚଳରୁ ୧ଜଣ ( ୧ଜଣ ପୁରୁଷ ) ଅଛନ୍ତି । ସମସ୍ତେ ଅନ୍ୟ ଆକ୍ରାନ୍ତ ଙ୍କ ସଂସ୍ପର୍ଶରେ ଆସି ପଜିଟିଭ ହୋଇଥିବାର ଜଣାପଡିଛି । ଆଜି ଅନୁଗୋଳ ବ୍ଳକ , ତାଳଚେର ପୌରାଞ୍ଚଳ , କିଶୋରନଗର ବ୍ଲକ , ଆଠମଲ୍ଲିକ ବିଜ୍ଞାପିତ ଅଞ୍ଚଳ ପରିଷଦରୁ କୌଣସି ପଜିଟିଭ ଚିହ୍ନଟ ହୋଇନାହାନ୍ତି । ଚିହ୍ନଟ ହୋଇଥିବା ସମସ୍ତ ଲକ୍ଷଣଯୁକ୍ତ ଆକ୍ରାନ୍ତ ମାନଙ୍କୁ କୋଭିଡ ହସ୍ପିଟାଲକୁ ଚିକିତ୍ସା ନିମନ୍ତେ ସ୍ଥାନାନ୍ତର କରାଯାଉଥିବା ବେଳେ ସ୍ଵଳ୍ପ ଲକ୍ଷଣଯୁକ୍ତ ଓ ଲକ୍ଷଣ ବିହିନ ଆକ୍ରାନ୍ତ ମାନଙ୍କୁ ନିଜ ଘରେ ଆଇସୋଲେସନରେ ରଖାଯାଇ ନିରିକ୍ଷଣ କରାଯାଉଛି ବୋଲି ଜିଲ୍ଲାପାଳ ଶ୍ରୀ ସିଦ୍ଧାର୍ଥ ଶଙ୍କର ସ୍ବାଇଁ ପ୍ରକାଶ କରିଛନ୍ତି । ଆଜି ଅନୁଗୋଳ ଜିଲ୍ଲାରୁ ସୁସ୍ଥ ହୋଇଥିବା ୧୬ଜଣ ଯାକି ହୋମ ଆଇସୋଲେସନରେ ଥିବାର ଜଣାପଡିଛି ।



