ଭୁବନେଶ୍ୱର: ଆଜି ଥିଲା ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମର ୧୮ତମ ପାଳି। ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ସକାଳେ ଭୁବନେଶ୍ୱର ୟୁନିଟ-୨ ସ୍ଥିତ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି ପ୍ରକୋଷ୍ଠରେ ପହଞ୍ଚି ଲୋକଙ୍କ ଅଭିଯୋଗ ଶୁଣିଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ସହିତ ମନ୍ତ୍ରୀ ମଣ୍ଡଳର ୧୩ଜଣ ବରିଷ୍ଠ ମନ୍ତ୍ରୀ ମଧ୍ୟ ଉପସ୍ଥିତ ରହି ଲୋକଙ୍କ ଅଭିଯୋଗ ଶୁଣିଛନ୍ତି।ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ୨ ବର୍ଷ ମଧ୍ୟରେ ରାଜ୍ୟ ସରକାରଙ୍କ ଅଭିଯୋଗ ଶୁଣାଣି ପ୍ରକ୍ରିୟା ରାଜ୍ୟ ପ୍ରଶାସନିକ ବ୍ୟବସ୍ଥାର ଏକ ଅଭିନ୍ନ ଅଙ୍ଗ ପାଲଟି ଯାଇଛି।

June 2, 2026/
No Comments


