ଜିଲ୍ଲା କାର୍ଯ୍ୟାଳୟରେ ଅଭିଯୋଗ ଶୁଣାଣି

ଅନୁଗୋଳ,ତା.୦୮.୦୬:- ଜିଲ୍ଲା କାର୍ଯ୍ୟାଳୟ ଠାରେ ଅନୁଗୋଳ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ପ୍ରତାପ ପ୍ରୀତିମୟଙ୍କ ଅଧ୍ୟକ୍ଷତାରେ ଜନ ଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ୩୯ଟି ଅଭିଯୋଗ ଗ୍ରହଣ କରାଯାଇଥିଲା । ସେଥୁମଧ୍ୟରୁ ୩୪ଟି ବ୍ୟକ୍ତିଗତ ଓ ୫ଟି ଗ୍ରାମ୍ୟଭିତ୍ତକ ଅଭିଯୋଗର ଶୁଣାଣି ହୋଇଥିବାବେଳେ ୫ଟି ଅଭିଯୋଗର ତୁରନ୍ତ ଫଇସଲା କରାଯାଇଥିଲା । ୨ ଜଣଙ୍କୁ ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୧୫ ହଜାର ଟଙ୍କା ଓ ୩ ଜଣଙ୍କୁ ରେଡକ୍ରସ ପାଣ୍ଠିରୁ ୧୭ ହଜାର ୫୦୦ଟଙ୍କା ଚିକିତ୍ସା ସହାୟତା ରାଶି ପ୍ରଦାନ କରାଯାଇଥୁଲା । ଏହି କାର୍ଯ୍ୟକ୍ରମରେ ବିଭିନ୍ନ ବିଭାଗର ଜିଲ୍ଲା ସ୍ତରୀୟ ଅଧିକାରୀମାନେ ଯୋଗ ଦେଇଥିଲେ । ଏହି ଶିବିରକୁ ଆସିଥିବା ଲୋକମାନେ ଗ୍ରାମ୍ୟ ସମସ୍ୟା, ସ୍ବାସ୍ଥ୍ୟ, ଗ୍ରାମୀଣ ଆବାସ, ଜମିଜମା ସମ୍ବ,ନ୍ଧୀୟ,ବ୍ୟକ୍ତିଗତ ସମସ୍ୟା ସମେତ ବିଭିନ୍ନ ଅଭିଯୋଗ ଦାଖଲ କରିଥିଲେ ।
![{"remix_data":[],"remix_entry_point":"challenges","source_tags":["local"],"origin":"unknown","total_draw_time":0,"total_draw_actions":0,"layers_used":0,"brushes_used":0,"photos_added":0,"total_editor_actions":{},"tools_used":{"transform":1},"is_sticker":false,"edited_since_last_sticker_save":true,"containsFTESticker":false}](https://www.jagratbharatnews.in/wp-content/uploads/2026/06/Picsart_26-05-14_06-19-38-643-8-scaled.jpg)


