
ପଜିଟିଭ ସଂଖ୍ୟା ୧୧୪୦୯ରେ ପହଞ୍ଚିଲା
ସୁସ୍ଥ ହେଲେ ୩୨ ଜଣ କରୋନା ଆକ୍ରାନ୍ତ ।
(ଜେ ବି ଏନ /ସୁଶିଲ କୁମାର) ୧୫/୧୨ /୨୦୨୦ ଅନୁଗୋଳ : ଅନୁଗୋଳ ଜିଲ୍ଲାରେ ୫୩ ଜଣ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଥିବାର ଜଣାପଡିଛି । ସେହିପରି ଅନ୍ୟ ଜିଲ୍ଲାରୁ ଅନୁଗୋଳରେ ସ୍ଵାବ ନମୁନା ଦେଇଥିବା ବ୍ୟକ୍ତିମାନକ ମଧ୍ୟରୁ ୧ ଜଣ ଆକ୍ରାନ୍ତ ଚିହ୍ନଟ ହୋଇ ସମୁଦାୟ ଆକ୍ରାନ୍ତ ସଂଖ୍ୟା ୨୦୦ ରେ ପହଞ୍ଚିଛି । ଅନୁଗୋଳ ଜିଲ୍ଲା ମଧ୍ୟରୁ ଚିହ୍ନଟ ହୋଇଥିବା ଆକ୍ରାନ୍ତ ମାନଙ୍କ ମଧ୍ୟରେ ଛେଣ୍ଡିପଦା ବ୍ଳକ ଅଞ୍ଚଳରୁ ୧୬ ଜଣ ( ୧୦ଜଣ ପୁରୁଷ ଓ ୬ଜଣ ମହିଳା ) , କଣିହାଁ ବ୍ଳକ ଅଞ୍ଚଳରୁ ୧୦ଜଣ ( ୭ ଜଣ ପୁରୁଷ ଓ ୩ଜଣ ମହିଳା ) , ବଅଁରପାଳ ବ୍ଳକ ଅଞ୍ଚଳରୁ ୮ଜଣ ( ୪ ଜଣ ପୁରୁଷ ଓ ୪ଜଣ ମହିଳା ) , ଆଠମଲିକ ବ୍ଲକ ଅଞ୍ଚଳରୁ ୬ଜଣ ( ୫ଜଣ ପୁରୁଷ ଓ ୧ଜଣ ମହିଳା ) , ତାଳଚେର ବ୍ଳକ ଅଞ୍ଚଳରୁ ୫ଜଣ ( ୩ ଜଣ ପୁରୁଷ ଓ ୨ଜଣ ମହିଳା ) , ତାଳଚେର ପୌରାଞ୍ଚଳରୁ ୨ଜଣ ( ୧ଜଣ ପୁରୁଷ ଓ ୧ଜଣ ମହିଳା ) , ପାଳଲହଡା ବ୍ଳକ ଅଞ୍ଚଳରୁ ୨ଜଣ ( ୨ଜଣ ପୁରୁଷ ) , ଅନୁଗୋଳ ପୌରାଞ୍ଚଳରୁ ୧ଜଣ ( ୧ଜଣ ପୁରୁଷ ) , ଅନୁଗୋଳ ବ୍ଳକ୍ ଅଞ୍ଚଳରୁ ୧ ଜଣ ( ୧ଜଣ ପୁରୁଷ ) , ଆଠମଲ୍ଲିକ ବିଜ୍ଞାପିତ ଅଞ୍ଚଳ ପରିଷଦରୁ ୧ଜଣ ( ୧ ଜଣ ମହିଳା ) ଓ କିଶୋରନଗର ବ୍ଳକ ଅଞ୍ଚଳରୁ ୧ଜଣ ( ୧ଜଣ ପୁରୁଷ ) ଅଛନ୍ତି । ସମସ୍ତେ ଅନ୍ୟ ଆକ୍ରାନ୍ତ ଙ୍କ ସଂସ୍ପର୍ଶରେ ଆସି ପଜିଟିଭ ହୋଇଥିବାର ଜଣାପଡିଛି । ଚିହ୍ନଟ ହୋଇଥିବା ସମସ୍ତ ଲକ୍ଷଣଯୁକ୍ତ ଆକ୍ରାନ୍ତ ମାନଙ୍କୁ କୋଭିଡ ହସ୍ପିଟାଲକୁ ଚିକିତ୍ସା ନିମନ୍ତେ ସ୍ଥାନାନ୍ତର କରାଯାଉଥିବା ବେଳେ ସ୍ଵଳ୍ପ ଲକ୍ଷଣଯୁକ୍ତ ଓ ଲକ୍ଷଣ ବିହିନ ଆକ୍ରାନ୍ତ ମାନଙ୍କୁ ନିଜ ଘରେ ଆଇସୋଲେସନ ରେ ରଖାଯାଇ ନିରିକ୍ଷଣ କରାଯାଉଛି ବୋଲି ଜିଲ୍ଲାପାଳ ଶ୍ରୀ ସିଦ୍ଧାର୍ଥ ଶଙ୍କର ସ୍ବାଇଁ ପ୍ରକାଶ କରିଛନ୍ତି । ଅନୁଗୋଳ ଜିଲ୍ଲାରୁ ୩୨ଜଣ ସୁସ୍ଥ ହୋଇଛନ୍ତି । ସେମାନଙ୍କ ମଧ୍ୟରେ ୨ଜଣ କୋଭିଡ ହସ୍ପିଟାଲରୁ ଓ ୩୦ ଜଣ ହୋମ ଆଇସୋଲେସନ ରୁ ସୁସ୍ଥ ହୋଇଛନ୍ତି |




