
ବଅଁରପାଳରେ ‘ବିକାଶ ଧାରା ଓଡ଼ିଶା ସାରା’ କାର୍ଯ୍ୟକ୍ରମ
ଅନୁଗୋଳ: ରାଜ୍ୟ ସରକାରଙ୍କ ଦୁଇ ବର୍ଷ ପୂର୍ତ୍ତି ଅବସରରେ ବଅଁରପାଳ ବ୍ଲକ ପଞ୍ଚାୟତ ସମିତି ସଭାଗୃହରେ ‘ବିକାଶ ଧାରା ଓଡ଼ିଶା ସାରା’ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଏହି ଅବସରରେ ଅନୁସୂଚିତ ଜନଜାତି ସମୁଦାୟଙ୍କ କଲ୍ୟାଣ ଏବଂ ବିଭିନ୍ନ ସରକାରୀ ଯୋଜନା ସମ୍ପର୍କରେ ସଚେତନତା ସୃଷ୍ଟି କରାଯାଇଥିଲା।
କାର୍ଯ୍ୟକ୍ରମରେ ଉପଜିଲ୍ଲାପାଳ ମାୟାଧର ବେହେରା ମୁଖ୍ୟ ଅତିଥି ଭାବେ ଯୋଗଦେଇଥିବା ବେଳେ ବିଭିନ୍ନ ଜନପ୍ରତିନିଧି ଓ ଅଧିକାରୀ ଉପସ୍ଥିତ ଥିଲେ। ଏହି ଅବସରରେ ୧୦ ଜଣ ହିତାଧିକାରୀଙ୍କୁ ମୁଖ୍ୟମନ୍ତ୍ରୀ ଅନ୍ନପୂର୍ଣ୍ଣା ଯୋଜନା କାର୍ଡ ବଣ୍ଟନ ସହ ମଧୁବାବୁ ପେନସନ ଯୋଜନାର ଭତ୍ତା ପ୍ରଦାନ କରାଯାଇଥିଲା।
ଉଦ୍ୟମିତା କ୍ଷେତ୍ରରେ ସଫଳତା ପାଇଁ ଇଂ. ଐଶ୍ୱର୍ଯ୍ୟା ସ୍ୱାଧୀ ଏବଂ ପାରମ୍ପରିକ କଳା ପାଇଁ ନେହୁରୁ ନାଏକଙ୍କୁ ସମ୍ବର୍ଦ୍ଧିତ କରାଯାଇଥିଲା। ଗୋଷ୍ଠୀ ଉନ୍ନୟନ ଅଧିକାରୀ ଲୋଚନ ଦାସଙ୍କ ସଭାପତିତ୍ୱରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ସରକାରୀ ଯୋଜନାର ସୁବିଧା ଓ ଆବେଦନ ପ୍ରକ୍ରିୟା ସମ୍ପର୍କରେ ଲୋକଙ୍କୁ ଅବଗତ କରାଯାଇଥିଲା।



