ଜିଲ୍ଲା ସ୍ତରୀୟ ମିଳିତ ଜନ ଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ ।

ଅନୁଗୋଳ,ତା.୨୨.୦୬:- ଆଜି ଜିଲ୍ଲାପାଳ ଶ୍ରୀ ଅବଦାଲ୍ ମୁହମ୍ମଦ ଅଖତରଙ୍କ ଅଧ୍ୟକ୍ଷତାରେ ତାଳଚେର ପଞ୍ଚାୟତ ସମିତି ସଭାଗୃହ ଠାରେ ଜିଲ୍ଲା ସ୍ତରୀୟ ମିଳିତ ଜନଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଜନଶୁଣାଣି ଶିବିରରେ ସମୁଦାୟ ୬୬ଟି ଅଭିଯୋଗ ଗ୍ରହଣ କରାଯାଇଥିଲା । ସେଥିମଧ୍ୟରୁ ୫୨ଟି ବ୍ୟକ୍ତିଗତ ଓ ୧୪ଟି ଗ୍ରାମ୍ୟଭିତ୍ତିକ ଅଭିଯୋଗର ଶୁଣାଣି ହୋଇଥିବାବେଳେ ୫ଟି ଅଭିଯୋଗର ତୁରନ୍ତ ଫଇସଲା କରାଯାଇଥିଲା । ୧ ଜଣଙ୍କୁ ରେଡକ୍ରସ ପାଣ୍ଠିରୁ ୧୦ ହଜାର ଟଙ୍କା ଚିକିତ୍ସା ସହାୟତା ରାଶି ପ୍ରଦାନ କରାଯାଇଥିଲା । କାର୍ଯ୍ୟକ୍ରମରେ ଆଇଏ ଏସ୍ ପ୍ରୋବେସନର ଅଭି ଜୈନ୍, ଅତିରିକ୍ତ ଆରକ୍ଷୀ ଅଧୀକ୍ଷକ ଶ୍ରୀ ସମୀର କୁମାର ପଣ୍ଡା, ଜିଲ୍ଲା ମୁଖ୍ୟ ଚିକିତ୍ସା ଓ ଜନ ସ୍ବାସ୍ଥ୍ୟ ଅଧିକାରୀ ଡ.ମଦନ ମୋହନ ପ୍ରଧାନ, ତାଳଚେର ଊପଜିଲ୍ଲାପାଳ ଶ୍ରୀ ଆଶିଷ ରଞ୍ଜନ ସାହୁ, ଜିଲ୍ଲା ପରିଷଦର ଅତିରିକ୍ତ ଊନ୍ନୟନ ଅଧିକାରୀ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ଶ୍ରୀ ଗୌରବମୟ ପ୍ରଧାନ, ତାଳଚେର ତହସିଲଦାର ଶ୍ରୀ ଆଲଫା ଜେନା, ତାଳଚେର ଗୋଷ୍ଠୀ ଊନ୍ନୟନ ଅଧିକାରୀ ଶ୍ରୀ ସୁଶାନ୍ତ କୁମାର ବରାଳ, ଜିଲ୍ଲା ମଙ୍ଗଳ ଅଧିକାରୀ ଶ୍ରୀ ଦିଲ୍ଲିପ କୁମାର ମିଶ୍ର, ଜିଲ୍ଲା ସମାଜ ମଙ୍ଗଳ ଅଧିକାରୀ ପୁଷ୍ପାଞ୍ଜଳୀ ଶତପଥି, ମୁଖ୍ୟ ଜିଲ୍ଲା କୃଷି ଅଧିକାରୀ ଶ୍ରୀ ବିନୋଦ କୁମାର ଦଲାଇ, ଜିଲ୍ଲା ମୁଖ୍ୟପ୍ରାଣୀ ଚିକିତ୍ସା ଅଧିକାରୀ ଡ. ସତ୍ୟ ନାରାୟଣ ସାହୁଙ୍କ ସମେତ ବିଭିନ୍ନ ଜିଲ୍ଲା ସ୍ତରୀୟ ଓ ବ୍ଲକ୍ ସ୍ତରୀୟ ଅଧୀକାରୀମାନେ ଯୋଗ ଦେଇଥିଲେ । ଏହି ଶିବିରକୁ ଆସିଥିବା ଲୋକମାନେ ଗ୍ରାମ୍ୟ ସମସ୍ୟା, ସ୍ବାସ୍ଥ୍ୟ, ଗ୍ରାମୀଣ ଆବାସ, ଜମିଜମା ସମ୍ବନ୍ଧୀୟ, ବ୍ୟକ୍ତିଗତ ସମସ୍ୟା ସମେତ ବିଭିନ୍ନ ଅଭିଯୋଗ ଦାଖଲ କରିଥିଲେ ।




