ଜିଲ୍ଲା ସଡକ ସୁରକ୍ଷା କମିଟି ବୈଠକ ଅନୁଷ୍ଠିତ

ଅନୁଗୋଳ, ୨୫.୦୬ : ଜିଲ୍ଲା ସଡକ ସୁରକ୍ଷା କମିଟିର ଏକ ବୈଠକ ଆଜି ପୂର୍ବାହ୍ନରେ ଜିଲ୍ଲା କାର୍ଯ୍ୟାଳୟ ସମ୍ମିଳନୀ କକ୍ଷଠାରେ ଜିଲ୍ଲାପାଳ ଶ୍ରୀ ଅବ୍ଦାଲ୍ ମୁହମ୍ମଦ୍ ଅଖ୍ତରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି । ବୈଠକରେ ମେ ମାସରେ ହୋଇଥିବା ଦୁର୍ଘଟଣା, ନିଆଯାଇଥିବା କାର୍ଯ୍ୟାନୁଷ୍ଠାନ ଓ ବିଭିନ୍ନ ପ୍ରକାର ପଦକ୍ଷେପ ଉପରେ ପରିବହନ ବିଭାଗ ଦ୍ୱାରା କମିଟି ସଭ୍ୟଙ୍କୁ ଅବଗତ କରାଯାଇଥିଲା | ପରିବହନ ବିଭାଗ ସୂଚନା ଅନୁଯାୟୀ ଗତ ମେ ମାସରେ ଜିଲ୍ଲାରେ ମୋଟ ୪୪ଟି ଦୁର୍ଘଟଣା ଘଟିଥିବାବେଳେ ୧୮ଜଣଙ୍କର ମୃତ୍ୟୁ ଘଟିଛି ଓ ୨୨ଜଣ ଆହତ ହୋଇଛନ୍ତି । ଅପ୍ରେଲ ମାସର ମୋଟ ଦୁର୍ଘଟଣା ତୁଳନାରେ ମେ ମାସରେ ଦୁର୍ଘଟଣା ହାର ବୃଦ୍ଧି ପାଇଛି । ଗତ ମାସରେ ପରିବହନ ବିଭାଗ ଦ୍ୱାରା ହୋଇଥିବା ଯାଞ୍ଚ ସମୟରେ ବିନା ହେଲମେଟରେ ଗାଡି ଚାଲଣ ଯୋଗୁଁ ୧୦୨୪ଜଣ, ଦ୍ରୁତ ଗାଡି ଚାଳନ କରିବା ଯୋଗୁଁ ୧୨୩୧ଜଣ , ମଦ୍ୟପାନ କରି ଗାଡି ଚାଳନା ନିମନ୍ତେ ୩୮ ଜଣ, ଅତ୍ୟଧିକ ମାଲ ପରିବହନ ନିମନ୍ତେ ୪୮ ଜଣଙ୍କଠାରୁ ଜୋରିମାନା ଆଦାୟ କରାଯାଇଥିବାବେଳେ ୪୮୬ ଜଣଙ୍କର ଲାଇସେନ୍ସ ରଦ୍ଦ କରାଯାଇଥିଲା । ବୈଠକରେ ଆଇଏଏସ ପ୍ରୋବେସନର ଶ୍ରୀ ଅଭି ଜୈନ,ଅନୁଗୋଳ ଆଞ୍ଚଳିକ ପରିବହନ ଅଧିକାରୀ ଶ୍ରୀ ସମ୍ବିତ୍ କୁମାର, ତାଳଚେର ଆଞ୍ଚଳିକ ପରିବହନ ଅଧିକାରୀ ଶ୍ରୀ ନିଖିଳ କୁମାର ପଟ୍ଟନାୟକ, ଜିଲ୍ଲା ମୁଖ୍ୟ ପ୍ରାଣୀ ଚିକିତ୍ସା ଅଧିକାରୀ ଡ. ସତ୍ୟ ନାରାୟଣ ସାହୁ,ତାଳଚେର ମୋଟରଯାନ ନିରୀକ୍ଷକ ଶ୍ରୀ ତପନ କୁମାର ବେଟୀଙ୍କ ସମେତ ବିଭିନ୍ନ ଜିଲ୍ଲା ସ୍ତରୀୟ ଅଧିକାରୀ ପ୍ରମୁଖ ଯୋଗ ଦେଇଥିଲେ।



