ଜିଲ୍ଲା ସ୍ତରୀୟ ମିଳିତ ଜନ ଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ ।
ଅନୁଗୋଳ,ତା.୨୯.୦୬:- ଆଜି ଜିଲ୍ଲାପାଳ ଶ୍ରୀ ଅବଦାଲ୍ ମୁହମ୍ମଦ ଅଖତରଙ୍କ ଅଧ୍ୟକ୍ଷତାରେ ବଅଁରପାଳ ପଞ୍ଚାୟତ ସମିତି ସଭାଗୃହ ଠାରେ ଜିଲ୍ଲା ସ୍ତରୀୟ ମିଳିତ ଜନଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଜନଶୁଣାଣି ଶିବିରରେ ସମୁଦାୟ ୬୧ଟି ଅଭିଯୋଗ ଗ୍ରହଣ କରାଯାଇଥିଲା । ସେଥି ମଧ୍ୟରୁ ୫୮ଟି ବ୍ୟକ୍ତିଗତ ଓ ୩ଟି ଗ୍ରାମ୍ୟଭିତ୍ତିକ ଅଭିଯୋଗର ଶୁଣାଣି ହୋଇଥିବାବେଳେ ୪ଟି ଅଭିଯୋଗର ତୁରନ୍ତ ଫଇସଲା କରାଯାଇଥିଲା । ୧ଜଣଙ୍କୁ ରେଡକ୍ରସ । এই ପାଣ୍ଠିରୁ ୭ ହଜାର ୫୦୦ ଟଙ୍କା ଚିକିତ୍ସା ସହାୟତା ରାଶି ପ୍ରଦାନ କରାଯାଇଥିଲା କାର୍ଯ୍ୟକ୍ରମରେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ଉଦୟ କୁମାର ମହାପାତ୍ର, ଜିଲ୍ଲା ପରିଷଦର ମୁଖ୍ୟ ଊନ୍ନୟନ ଅଧିକାରୀ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ଶ୍ରୀ ଦେବଦତ୍ତ ମହନ୍ତ, ଅନୁଗୋଳ ଊପଜିଲ୍ଲାପାଳ ଶ୍ରୀ ମାୟାଧର ବେହେରା, ଜିଲ୍ଲା ମୁଖ୍ୟ ଚିକିତ୍ସା ଓ ଜନ ସ୍ବାସ୍ଥ୍ୟ ଅଧିକାରୀ ଡ.ମଦନ ମୋହନ ପ୍ରଧାନ , ବଅଁରପାଳ ତହସିଲଦାର ଶ୍ରୀ ସୁଶାନ୍ତ କୁମାର ମିଶ୍ର, ବଅଁରପାଳ ଗୋଷ୍ଠୀ ଊନ୍ନୟନ ଅଧିକାରୀ ଶ୍ରୀ ଲୋଚନ ଦାସ, ଅନୁଗୋଳ ଆଂଚଳିକ ପରିବହନ ଅଧିକାରୀ ଶ୍ରୀ ସମ୍ବିତ କୁମାର, ଜିଲ୍ଲା ସମାଜ ମଙ୍ଗଳ ଅଧିକାରୀ ପୁଷ୍ପାଞ୍ଜଳୀ ଶତପଥି, ଜିଲ୍ଲା ମଙ୍ଗଳ ଅଧିକାରୀ ଶ୍ରୀ ଦିପ କୁମାର ମିଶ୍ର, ଜିଲ୍ଲା ଯୋଗାଣ ଅଧିକାରୀ ଶ୍ରୀ ଶ୍ରୀନିବାସ ସାହୁ, ମୁଖ୍ୟ ଜିଲ୍ଲା କୃଷି ଅଧିକାରୀ ଶ୍ରୀ ବିନୋଦ କୁମାର ଦଲାଇ, ଜିଲ୍ଲା ମୁଖ୍ୟପ୍ରାଣୀ ଚିକିତ୍ସା ଅଧିକାରୀ ଡ. ସତ୍ୟ ନାରାୟଣ ସାହୁଙ୍କ ସମେତ ବିଭିନ୍ନ ଜିଲ୍ଲା ସ୍ତରୀୟ ଓ ବ୍ଳକ୍ ସ୍ତରୀୟ ଅଧିକାରୀମାନେ ଯୋଗ ଦେଇଥିଲେ । ଏହି ଶିବିରକୁ ଆସିଥିବା ଲୋକମାନେ ଗ୍ରାମ୍ୟ ସମସ୍ୟା, ସ୍ବାସ୍ଥ୍ୟ, ଗ୍ରାମୀଣ ଆବାସ, ଜମିଜମା ସମ୍ବନ୍ଧୀୟ, ବ୍ୟକ୍ତିଗତ ସମସ୍ୟା ସମେତ ବିଭିନ୍ନ ଅଭିଯୋଗ ଦାଖଲ କରିଥିଲେ ।



