୨୨ଟି ଅନଲାଇନ୍ ସେବା ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ

ଜେ ବି ଏନ, ୧୮/୨/୨୦୨୦, (ରିପୋର୍ଟ, ସୁଶୀଲ କୁମାର), ଭୁବନେଶ୍ବର : ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ଗୁରୁବାର ଭିଡିଓ କଫନରେସିଂ ଜରିଆରେ ରାଜ୍ୟ ସରକାରଙ୍କ # 5T କାର୍ଯ୍ୟକ୍ରମର ଅଂଶ ସ୍ବରୂପ ରାଜ୍ୟ ଶ୍ରମ ଓ କର୍ମଚାରୀ ବୀମା ବିଭାଗର ପରିଶ୍ରମ ପୋର୍ଟାଲର ଲୋକାର୍ପଣ କରିବା ସହିତ ୨୨ ପ୍ରକାର ଅନ୍ଲାଇନ ସେବାର ଶୁଭାରମ୍ଭ କରିଛନ୍ତି । ଏହି ଅବସରରେ ଉଦ୍ବୋଧନ ଦେଇ ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ କହିଛନ୍ତି ଯେ # 5T ମୁଖ୍ୟ ଆଧାର ହେଉଛି ବୈଷୟିକ କୌଶଳ, ଏହା ହିଁ ପରିବର୍ତ୍ତନର ମାର୍ଗକୁ ଅଧିକ ସୁଗମ କରିଥାଏ । ରାଜ୍ୟ ଶ୍ରମ ଓ ଇଏସ୍ଆଇ ବିଭାଗ ଦ୍ବାରା ଆରମ୍ଭ କରାଯାଇଥିବା ପରିଶ୍ରମ ପୋର୍ଟାଲ ଓ ୨୨ ପ୍ରକାର ସେବା ସ୍ଵଚ୍ଛନ୍ଦ ବ୍ୟବସାୟ ପାଇଁ ବିଶେଷ ସହାୟକ ହେବ ଏବଂ ଏହା ସହିତ ରାଜ୍ୟରେ ସାମଗ୍ରିକ ଶିଳ୍ପ ଅଭିବୃଦ୍ଧିରେ ଗୁରୁତ୍ଵପୂର୍ଣ୍ଣ ଯୋଗଦାନ ରଖିବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ ।



