କିଶୋରନଗର ଠାରେ ଜିଲ୍ଲା ସ୍ତରୀୟ ମିଳିତ ଜନ ଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ
ଅନୁଗୋଳ,ତା.୧୩.୦୭:- ଆଜି ଜିଲ୍ଲାପାଳ ଶ୍ରୀ ଅବଦାଲ୍ ମୁହମ୍ମଦ ଅଖତରଙ୍କ ଅଧ୍ୟକ୍ଷତାରେ ପଞ୍ଚାୟତ ସମିତି କାର୍ଯ୍ୟାଳୟ, କିଶୋରନଗର ଠାରେ ଜିଲ୍ଲା ସ୍ତରୀୟ ମିଳିତ ଜନଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି ଶିବିରରେ ଆରକ୍ଷୀ ଅଧିକ୍ଷକ ରାହୁଳ ଜୈନ ଯୋଗ ଦେଇଥିଲେ । ଜନଶୁଣାଣି ଶିବିରରେ ସମୁଦାୟ ୭୫ଟି ଅଭିଯୋଗ ଗ୍ରହଣ କରାଯାଇଥିଲା । ସେଥୁମଧ୍ୟରୁ ୫୯ଟି ବ୍ୟକ୍ତିଗତ ଓ ୧୬ଟି ଗ୍ରାମ୍ୟଭିଭିକ ଅଭିଯୋଗ ଶୁଣାଣି ହୋଇଥିବାବେଳେ ୪ଟି ଅଭିଯୋଗର ତୁରନ୍ତ ଫଇସଲା କରାଯାଇଥିଲା । ୨ ଜଣଙ୍କୁ ରେଡକ୍ରସ ପାଣ୍ଠିରୁ ୧୨ ହଜାର ୫୦୦ ଟଙ୍କା ଚିକିତ୍ସା ସହାୟତା ରାଶି ପ୍ରଦାନ କରାଯାଇଥିଲା । ଏହି କାର୍ଯ୍ୟକ୍ରମରେ ଆଇଏ ଏସ୍ ପ୍ରୋବେସନର ଅଭି ଜୈନ୍, ଜିଲ୍ଲା ପରିଷଦର ମୁଖ୍ୟ ଊନ୍ନୟନ ଅଧୋକାରୀ ତଥା କାର୍ଯ୍ୟ ନିର୍ବାହୀ ଅଧୂକାରୀ ଶ୍ରୀ ଦେବଦତ୍ତ ମହନ୍ତ, ଆଠମଲ୍ଲିକ ଊପଜିଲ୍ଲାପାଳ ଶ୍ରୀ ଉପେନ୍ଦ୍ର ଲୋହା, କିଶୋରନଗର ତହସିଲଦାର ଶ୍ରୀ ରଞନ କୁମାର ସାହୁ, କିଶୋରନଗର ଗୋଷ୍ଠୀ ଊନ୍ନୟନ ଅଧିକାରୀ ଶ୍ରୀ ଶୁଭକାନ୍ତ ନାଏକ, ଜିଲ୍ଲା ମଙ୍ଗଳ ଅଧିକାରୀ ଶ୍ରୀ ଦିଲ୍ଲିପ କୁମାର ମିଶ୍ର, ଜିଲ୍ଲା ଯୋଗାଣ ଅଧିକାରୀ ଶ୍ରୀ ଶ୍ରୀନିବାସ ସାହୁ, ମୁଖ୍ୟ ଜିଲ୍ଲା କୃଷି ଅଧିକାରୀ ଶ୍ରୀ ବିନୋଦ କୁମାର ଦଲାଇ, ଜିଲ୍ଲା ମୁଖ୍ୟପ୍ରାଣୀ ଚିକିତ୍ସା ଅଧିକାରୀ ଡ. ସତ୍ୟ ନାରାୟଣ ସାହୁଙ୍କ ସମେତ ବିଭିନ୍ନ ଜିଲ୍ଲା ସ୍ତରୀୟ ଓ ବ୍ଳକ୍ ସ୍ତରୀୟ ଅଧୁକାରୀମାନେ ଯୋଗ ଦେଇଥିଲେ । ଏହି ଶିବିରକୁ ଆସିଥିବା ଲୋକମାନେ ଗ୍ରାମ୍ୟ ସମସ୍ୟା, ସ୍ବାସ୍ଥ୍ୟ, ଗ୍ରାମୀଣ ଆବାସ, ଜମିଜମା ସମ୍ବନ୍ଧୀୟ, ବ୍ୟକ୍ତିଗତ ସମସ୍ୟା ସମେତ ବିଭିନ୍ନ ଅଭିଯୋଗ ଦାଖଲ କରିଥିଲେ ।



