ପଜିଟିଭ ସଂଖ୍ୟା ୧୧୫୪୧ରେ ପହଞ୍ଚିଲା
ସୁସ୍ଥ ହେଲେ ୩୨ ଜଣ ଆକ୍ରାନ୍ତ ।
(ଜେ ବି ଏନ /ସୁଶିଲ କୁମାର) ୧୮/୧୨ /୨୦୨୦ ଅନୁଗୋଳ : ଅନୁଗୋଳ ଜିଲ୍ଲାରେ ୨୯ ଜଣ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଥିବାର ଜଣାପଡିଛି । ସେହିପରି ଅନ୍ୟ ଜିଲ୍ଲାରୁ ଅନୁଗୋଳରେ ସ୍ଵାବ ନମୁନା ଦେଇଥିବା ବ୍ୟକ୍ତିମାନଂକ ମଧ୍ୟରୁ ୧ ଜଣ ଆକ୍ରାନ୍ତ ଚିହ୍ନଟ ହୋଇ ସମୁଦାୟ ଆକ୍ରାନ୍ତ ସଂଖ୍ୟା ୨୦୩ ରେ ପହଁଞ୍ଚିଛି । ଅନୁଗୋଳ ଜିଲ୍ଲା ମଧ୍ୟରୁ ଚିହ୍ନଟ ହୋଇଥିବା ଆକ୍ରାନ୍ତ ମାନଙ୍କ ମଧ୍ୟରେ ଅନୁଗୋଳ ପୌରାଞ୍ଚଳରୁ ୮ଜଣ ( ୮ଜଣ ପୁରୁଷ ) , ଅନୁଗୋଳ ବ୍ଳକ ଅଞ୍ଚଳରୁ ୫ଜଣ ( ୩ ଜଣ ପୁରୁଷ ଓ ୨ଜଣ ମହିଳା ) , ଛେଣ୍ଡିପଦା ବ୍ଳକ ଅଞ୍ଚଳରୁ ୫ଜଣ ( ୫ଜଣ ପୁରୁଷ ) , ଆଠମଲ୍ଲିକ ବ୍ଳକ ଅଞ୍ଚଳରୁ ୩ଜଣ ( ୨ଜଣ ପୁରୁଷ ଓ ୧ଜଣ ମହିଳା ) , ତାଳଚେର ପୌରାଞ୍ଚଳରୁ ୨ଜଣ ( ୧ଜଣ ପୁରୁଷ ଓ ୧ଜଣ ମହିଳା ) , ଆଠମଲ୍ଲିକ ବିଜ୍ଞାପିତ ଅଞ୍ଚଳ ପରିଷଦରୁ ୧ଜଣ ( ୧ଜଣ ପୁରୁଷ ) , ବଅଁରପାଳ ବ୍ଳକ ଅଞ୍ଚଳରୁ ୧ଜଣ ( ୧ ଜଣ ମହିଳା ) , କଣିହାଁ ବ୍ଳକ ଅଞ୍ଚଳରୁ ୧ଜଣ ( ୧ ଜଣ ପୁରୁଷ ) , କିଶୋରନଗର ବ୍ଳକ ଅଞ୍ଚଳରୁ ୧ଜଣ ( ୧ ଜଣ ମହିଳା ) , ତାଳଚେର ବ୍ଲକ ଅଞ୍ଚଳରୁ ୧ଜଣ ( ୧ ଜଣ ପୁରୁଷ ) ଓ ପାଳଲହଡା ବ୍ଳକ ଅଞ୍ଚଳରୁ ୧ ଜଣ ( ୧ଜଣ ପୁରୁଷ ) ଅଛନ୍ତି । ସମସ୍ତେ ଅନ୍ୟ ଆକ୍ରାନ୍ତ ସଂସ୍ପର୍ଶରେ ଆସି ପଜିଟିଭ ହୋଇଥିବାର ଜଣାପଡିଛି । ଚିହ୍ନଟ ହୋଇଥିବା ସମସ୍ତ ଲକ୍ଷଣଯୁକ୍ତ ଆକ୍ରାନ୍ତ ମାନଙ୍କୁ କୋଭିଡ ହସ୍ପିଟାଲକୁ ଚିକିତ୍ସା ନିମନ୍ତେ ସ୍ଥାନାନ୍ତର କରାଯାଉଥୁବା ବେଳେ ସ୍ଵଳ୍ପ ଲକ୍ଷଣଯୁକ୍ତ ଓ ଲକ୍ଷଣ ବିହିନ ଆକ୍ରାନ୍ତ ମାନଙ୍କୁ ନିଜ ଘରେ ଆଇସୋଲେସନ ରେ ରଖାଯାଇ ନିରିକ୍ଷଣ କରାଯାଉଛି ବୋଲି ଜିଲ୍ଲାପାଳ ଶ୍ରୀ ସିଦ୍ଧାର୍ଥ ଶଙ୍କର ସ୍ବାଇଁ ପ୍ରକାଶ କରିଛନ୍ତି । ଆଜି ଅନୁଗୋଳ ଜିଲ୍ଲାରୁ ୩୨ଜଣ ସୁସ୍ଥ ହୋଇଛନ୍ତି । ସେମାନଙ୍କ ମଧ୍ୟରେ ୨ଜଣ କୋଭିଡ ହସ୍ପିଟାଲରୁ ଓ ୩୦ଜଣ ହୋମ ଆଇସୋଲେସନ ରୁ ସୁସ୍ଥ ହୋଇଛନ୍ତି ।




