ଶିଶୁ ମନ୍ଦିରରେ ବିଦ୍ୟାଳୟସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା
ତାଳଚେର,୦୨/୦୮ ତାଳଚେର ବ୍ଲକ କଳମଛୁଇଁ ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିର ପରିସରରେ ବିଦ୍ୟାଳୟସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା ଅନୁଷ୍ଠିତ ହୋଇଯାଇଛି । ବିଦ୍ୟାଳୟର ପ୍ରଧାନଆଚାର୍ଯ୍ୟ ମଙ୍ଗୁଳୁ ସାହୁଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବରେ କଳମଛୁଇଁ ବାଳିକା ଉଚ୍ଚ ବିଦ୍ୟାଳୟର ବିଜ୍ଞାନ ଶିକ୍ଷକ ନିରାକାର ବାରିକ, ସମ୍ମାନୀତ ଅତିଥି ଭାବରେ ବିଦ୍ୟାଳୟ ପରିଚାଳନା ସମିତିର କୋଷାଧ୍ୟକ୍ଷ ପଞ୍ଚାନନ ବେହେରା ପ୍ରମୁଖ ଯୋଗ ଦେଇଥିଲେ । ବିଦ୍ୟାଳୟର ବରିଷ୍ଠ ଆଚାର୍ଯ୍ୟ ଅନୀଲ କୁମାର ସାହୁ ସ୍ୱାଗତ ଭାଷଣ ଓ ଅତିଥି ପରିଚୟ ପ୍ରଦାନ କରିଥିବା ବେଳେ ପ୍ରଧାନାଚାର୍ଯ୍ୟ ମଙ୍ଗୁଳୁ ସାହୁ ବିଜ୍ଞାନ ମେଳାର ତାତ୍ପର୍ଯ୍ୟ ସମ୍ପର୍କରେ ଛାତ୍ରଛାତ୍ରୀମାନଙ୍କୁ ଅବଗତ କରାଇଥିଲେ । ଏହି ଜ୍ଞାନ ବିଜ୍ଞାନ ମେଳାରେ ୧୪୬ଟି ପ୍ରକଳ୍ପ ପ୍ରଦର୍ଶିତ ହୋଇଥିଲା । ବିଚାରକ ଭାବରେ ବିଦ୍ୟାଳୟର ବିଜ୍ଞାନ ଶିକ୍ଷକ ଚତୁର୍ଭୂଜ ସାହୁ, ରବିନ୍ ବରାଳ, ପ୍ରକାଶ ପ୍ରଧାନ ଓ କମଳ ଲୋଚନ ପ୍ରଧାନ ପ୍ରମୁଖ ଯୋଗ ଦେଇ ପ୍ରକଳ୍ପଗୁଡିକର ମୂଲ୍ୟାଙ୍କନ କରିଥିଲେ । ପ୍ରକଳ୍ପଗୁଡିକ ମଧ୍ୟରୁ ଶ୍ରେଷ୍ଠ ସ୍ଥାନ ଅଧିକାର କରିଥିବା ଛାତ୍ରଛାତ୍ରୀମାନଙ୍କୁ ଅତିଥିମାନେ ପୁରସ୍କୃତ କରିଥିଲେ । କାର୍ଯ୍ୟକ୍ରମକୁ ଆଚାର୍ଯ୍ୟା ପ୍ରିୟଙ୍କା ବେହେରା ପରିଚାଳନା କରିଥିବା ବେଳେ ମଳୟ ଦାସ ଧନ୍ୟବାଦ ଅର୍ପଣ କରିଥିଲେ । କାର୍ଯ୍ୟକ୍ରମ ପରିଚାଳନାରେ ବରିଷ୍ଠ ଆଚାର୍ଯ୍ୟ ସଞ୍ଜୟ ସାଲିମା, ଭଗବାନ ବେହେରା, ସୁକନ୍ୟା ମାଝୀ, ଲିନାଲିନ୍ ବିଶ୍ୱାଳ, ସ୍ନେହଲତା ସ୍ୱାଇଁ ପ୍ରମୁଖଙ୍କ ସହ ସମସ୍ତ ଗୁରୁଜୀ,ଗୁରୁମା ସକ୍ରିୟ ସହଯୋଗ କରିଥିଲେ ।
