
ଅନୁଗୋଳ ଜିଲ୍ଲାରୁ ୩୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ
ପଜିଟିଭ ସଂଖ୍ୟା ୧୧୫୮୦ରେ ପହଞ୍ଚିଲା
ସୁସ୍ଥ ହେଲେ ୨୯ ଜଣ ଆକ୍ରାନ୍ତ ।
(ଜେ ବି ଏନ /ସୁଶିଲ କୁମାର) ଅନୁଗୋଳ : ଅନୁଗୋଳ ଜିଲ୍ଲାରେ ୩୯ ଜଣ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଥିବାର ଜଣାପଡିଛି । ସେହିପରି ଅନ୍ୟ ଜିଲ୍ଲାରୁ ଅନୁଗୋଳରେ ସ୍ଵାବ ନମୁନା ଦେଇଥିବା ବ୍ୟକ୍ତିମାନକ ମଧ୍ୟରୁ ୧ ଜଣ ଆକ୍ରାନ୍ତ ଚିହ୍ନଟ ହୋଇ ସମୁଦାୟ ଆକ୍ରାନ୍ତ ଙ୍କ ସଂଖ୍ୟା ୨୦୪ ରେ ପହଞ୍ଚିଛି । ଅନୁଗୋଳ ଜିଲ୍ଲା ମଧ୍ୟରୁ ଚିହ୍ନଟ ହୋଇଥିବା ଆକ୍ରାନ୍ତ ମାନଙ୍କ ମଧ୍ୟରେ କଣିହାଁ ବ୍ଳକ ଅଞ୍ଚଳରୁ ୧୧ଜଣ ( ୬ଜଣ ପୁରୁଷ ଓ ୫ଜଣ ମହିଳା ) , ଛେଣ୍ଡିପଦା ବ୍ଳକ ଅଞ୍ଚଳରୁ ୧୦ଜଣ ( ୫ଜଣ ପୁରୁଷ ଓ ୫ଜଣ ମହିଳା ) , ତାଳଚେର ବ୍ଲକ ଅଞ୍ଚଳରୁ ୫ଜଣ ( ୧ ଜଣ ପୁରୁଷ ଓ ୪ଜଣ ମହିଳା ) , ଅନୁଗୋଳ ବ୍ଳକ ଅଞ୍ଚଳରୁ ୪ଜଣ ( ୧ ଜଣ ପୁରୁଷ ଓ୩ ଜଣ ମହିଳା ) , ଅନୁଗୋଳ ପୌରାଞ୍ଚଳରୁ ୪ଜଣ ( ୩ଜଣ ପୁରୁଷ ଓ ୧ଜଣ ମହିଳା ) , ପାଳଲହଡା ବ୍ଳକ ଅଞ୍ଚଳରୁ ୩ଜଣ ( ୨ଜଣ ପୁରୁଷ ଓ ୧ଜଣ ମହିଳା ) , ତାଳଚେର ପୌରାଞ୍ଚଳରୁ ୧ଜଣ ( ୧ ଜଣ ମହିଳା ) ଓ ବଅଁରପାଳ ବ୍ଳକ ଅଞ୍ଚଳରୁ ୧ଜଣ ( ୧ ଜଣ ପୁରୁଷ ) ଅଛନ୍ତି । ସମସ୍ତେ ଅନ୍ୟ ଆକ୍ରାନ୍ତ ଙ୍କ ସଂସ୍ପର୍ଶରେ ଆସି ପଜିଟିଭ ହୋଇଥିବାର ଜଣାପଡିଛି । ଆଜି କିଶୋରନଗର ବ୍ଳକ , ଆଠମଲ୍ଲିକ ବ୍ଳକ ଓ ଆଠମଲ୍ଲିକ ବିଜ୍ଞାପିତ ଅଞ୍ଚଳ ପରିଷଦରୁ କୌଣସି ପଜିଟିଭ ଚିହ୍ନଟ ହୋଇନାହାନ୍ତି । ଚିହ୍ନଟ ହୋଇଥିବା ସମସ୍ତ ଲକ୍ଷଣଯୁକ୍ତ ଆକ୍ରାନ୍ତ ମାନଙ୍କୁ କୋଭିଡ ହସ୍ପିଟାଲକୁ ଚିକିତ୍ସା ନିମନ୍ତେ ସ୍ଥାନାନ୍ତର କରାଯାଉଥିବା ବେଳେ ସ୍ଵଳ୍ପ ଲକ୍ଷଣଯୁକ୍ତ ଓ ଲକ୍ଷଣ ବିହିନ ଆକ୍ରାନ୍ତ ମାନଙ୍କୁ ନିଜ ଘରେ ଆଇସୋଲେଶନ ରେ ରଖାଯାଇ ନିରିକ୍ଷଣ କରାଯାଉଛି ବୋଲି ଜିଲ୍ଲାପାଳ ଶ୍ରୀ ସିଦ୍ଧାର୍ଥ ଶଙ୍କର ସ୍ବାଇଁ ପ୍ରକାଶ କରିଛନ୍ତି । ଆଜି ଅନୁଗୋଳ ଜିଲ୍ଲାରୁ ୨୯ଜଣ ସୁସ୍ତ ହୋଇଛନ୍ତି । ସେମାନଙ୍କ ମଧ୍ୟରେ ୩ଜଣ କୋଭିଡ ହସ୍ପିଟାଲରୁ ଓ ୨୬ ଜଣ ହୋମ ଆଇସୋଲେଶନରୁ ସୁସ୍ଥ ହୋଇଛନ୍ତି ।




