ଗ୍ରାମ ପଞ୍ଚାୟତ ସ୍ତରୀୟ ଶିଶୁ ସୁରକ୍ଷା ଓ କଲ୍ୟାଣ ବୈଠକ:-
ଅନୁଗୋଳ ଜିଲ୍ଲା ବଅଁରପାଳ ବ୍ଲକ ସାନ୍ତରାପୁର ,ବଉଳିଗୋଡ, ଗୋଡସନ୍ତ୍ରି ଗ୍ରାମପଞ୍ଚାୟତ ପଞ୍ଚାୟତରେ ବିଶ୍ଵ ଯୁବ କେନ୍ଦ୍ର ବଣୀନାଳୀ ଅନୁଗୋଳ ଦ୍ୱାରା ପରିଚାଳିତ ଜଷ୍ଟ ରାଇଟ ଫର୍ ଚିଲଡ୍ରେନ୍ ଦ୍ୱାରା ଗ୍ରାମ ପଞ୍ଚାୟତ ସ୍ତରୀୟ ଶିଶୁ ସୁରକ୍ଷା ଓ କଲ୍ୟାଣ ବୈଠକ ଅନୁଷ୍ଠିତ ହୋଇଯାଇଛି l କାର୍ଯ୍ୟ କ୍ରମ ରେ ଅଙ୍ଗନୱାଡି କର୍ମୀ, ସରପଞ୍ଚ, ସମିତି ସଭ୍ୟ, ପିଇ ଓ ,ୱାର୍ଡମେମ୍ୱର ,ଆଶା,କିଶୋରୀ ଉପସ୍ଥିିତଥିଲେ l ଶିଶୁଙ୍କୁ ନିଜର ଅଧିକାର ରୁ ବଞ୍ଚିତ କରି ବାଲ୍ୟ ବିବାହ , ଶିଶୁ ଚାଲାଣ, ଶିଶୁ ଯୌନ ନିର୍ଯାତନା, ଶିଶୁ ଶ୍ରମିକ ତଥା ଜୀବନ ପ୍ରତି ବିପଦ ସଙ୍କୁଳନ କାର୍ଯ୍ୟ ରେ ନିୟୋଜିତ ତଥା ଏହାର ଭୟାବହତା ଉପରେ ଆଲୋଚନା କରାଯାଇ ଥିଲା l ବାଲ୍ୟ ବିବାହ ତଥା ଶିଶୁ ଙ୍କୁ ଶ୍ରମରେ ନିୟୋଜିତ କରୁଥିବା ଲୋକଙ୍କ ପାଇଁ ଭାରତୀୟ ଆଇନ୍ ଅନୁଯାୟୀ ବାଲ୍ୟ ବିବାହ ର ଦଣ୍ଡ ବିଧାନ ଓ ନିୟମାବଳୀ ଏବଂ ପ୍ରତେକ ଶିଶୁ ର ଚାରୋଟି ପ୍ରାଥମିକ ଅଧିକାର ବିଷୟରେ ଆଲୋଚନା କରାଯାଇଥିଲା l ବିଶ୍ଵ ଯୁବ କେନ୍ଦ୍ର ର ନିର୍ଦ୍ଦେଶକ ମନୋଜ କୁମାର ମହାପାତ୍ର ଓ ପୂଜା ସ୍ୱାଇଁ ଓ ଅଭିଷେକ ମହାପାତ୍ର ଙ୍କ ତତ୍ଵା ବଧାନ ରେ ପ୍ରକଳ୍ପ ସହଯୋଗୀ ଲକ୍ଷ୍ମୀ ବେହେରା ସଭା ପରିଚାଳନା କରିଥିଲେ
![{"remix_data":[],"remix_entry_point":"challenges","source_tags":["local"],"origin":"unknown","total_draw_time":0,"total_draw_actions":0,"layers_used":0,"brushes_used":0,"photos_added":0,"total_editor_actions":{},"tools_used":{"transform":1},"is_sticker":false,"edited_since_last_sticker_save":true,"containsFTESticker":false}](https://www.jagratbharatnews.in/wp-content/uploads/2026/08/Picsart_26-05-14_06-19-38-643-13-scaled.jpg)


