
ଅନୁଗୋଳ ଜିଲ୍ଲାରୁ ୨୯ ଜଣ କରୋନା ପଜିଟିଭ ଚିହ୍ନଟ
ପଜିଟିଭ ସଂଖ୍ୟା ୧୧୬୩୯ରେ ପହଞ୍ଚିଲା
ସୁସ୍ଥ ହେଲେ ୩୧ ଜଣ ଆକ୍ରାନ୍ତ ।
ଜେ. ବି. ଏନ୍ (୨୧/୧୨ /୨୦୨୦)
ଅନୁଗୋଳ : ଆଜି ଅନୁଗୋଳ ଜିଲ୍ଲାରେ ୨୯ ଜଣ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଥିବାର ଜଣାପଡିଛି । ସେହିପରି ଅନ୍ୟ ଜିଲ୍ଲାରୁ ଅନୁଗୋଳରେ ସ୍ଵାବ ନମୁନା ଦେଇଥିବା ବ୍ୟକ୍ତିମାନଙ୍କ ମଧ୍ୟରୁ ୧ ଜଣ ଆକ୍ରାନ୍ତ ଚିହ୍ନଟ ହୋଇ ସମୁଦାୟ ଆକ୍ରାନ୍ତଙ୍କ ସଂଖ୍ୟା ୨୦୬ ରେ ପହଞ୍ଚିଛି । ଅନୁଗୋଳ ଜିଲ୍ଲା ମଧ୍ୟରୁ ଚିହ୍ନଟ ହୋଇଥିବା ଆକ୍ରାନ୍ତ ମାନଙ୍କ ମଧ୍ୟରେ ଛେଣ୍ଡିପଦା ବ୍ଳକ ଅଞ୍ଚଳରୁ ସର୍ବାଧିକ ୧୦ଜଣ ( ୭ଜଣ ପୁରୁଷ ଓ ୩ଜଣ ମହିଳା ) , ବଅଁରପାଳ ବ୍ଳକ ଅଞ୍ଚଳରୁ ୮ଜଣ ( ୭ ଜଣ ପୁରୁଷ ଓ ୧ଜଣ ମହିଳା ) , ତାଳଚେର ବ୍ଲକ ଅଞ୍ଚଳରୁ ୬ଜଣ ( ୫ଜଣ ପୁରୁଷ । ୧ଜଣ ମହିଳା ) , ଅନୁଗୋଳ ପୌରାଞ୍ଚଳରୁ ୨ଜଣ ( ୨ଜଣ ପୁରୁଷ ) , ତାଳଚେର ପୌରାଞ୍ଚଳରୁ ୨ଜଣ ( ୨ ଜଣ ପୁରୁଷ ) ଓ ଅନୁଗୋଳ ବ୍ଳକ ଅଞ୍ଚଳରୁ ୧ଜଣ ( ୧ଜଣ ପୁରୁଷ ) ଅଛନ୍ତି । ସମସ୍ତେ ଅନ୍ୟ ଆକ୍ରାନ୍ତଙ୍କ ସଂସ୍ପର୍ଶରେ ଆସି ପଜିଟିଭ ହୋଇଥିବାର ଜଣାପଡିଛି । ଆଜି ପାଳଲହଡା ବ୍ଳକ , କଣିହାଁ ବ୍ଲକ , କିଶୋରନଗର ବ୍ଳକ , ଆଠମଲ୍ଲିକ ବ୍ଲକ ଓ ଆଠମଲ୍ଲିକ ବିଜ୍ଞାପିତ ଅଞ୍ଚଳ ପରିଷଦରୁ କୌଣସି ପଜିଟିଭ ଚିହ୍ନଟ ହୋଇନାହାନ୍ତି । ଚିହ୍ନଟ ହୋଇଥିବା ସମସ୍ତ ଲକ୍ଷଣଯୁକ୍ତ ଆକ୍ରାନ୍ତ ମାନଙ୍କ କୋଭିଡ ହସ୍ପିଟାଲକୁ ଚିକିତ୍ସା ନିମନ୍ତେ ସ୍ଥାନାନ୍ତର କରାଯାଉଥିବା ବେଳେ ସ୍ଵଳ୍ପ ଲକ୍ଷଣଯୁକ୍ତ ଓ ଲକ୍ଷଣ ବିହିନ ଆକ୍ରାନ୍ତ ମାନଙ୍କ ନିଜ ଘରେ ଆଇସୋଲେସନ୍ ରେ ରଖାଯାଇ ନିରିକ୍ଷଣ କରାଯାଉଛି ବୋଲି ଜିଲ୍ଲାପାଳ ଶ୍ରୀ ସିଦ୍ଧାର୍ଥ ଶଙ୍କର ସ୍ବାଇଁ ପ୍ରକାଶ କରିଛନ୍ତି । ଆଜି ଅନୁଗୋଳ ଜିଲ୍ଲାରୁ ୩୧ଜଣ ସୁସ୍ଥ ହୋଇଛନ୍ତି । ସେମାନଙ୍କ ମଧ୍ୟରେ ୧ଜଣ କୋଭିଡ ହସ୍ପିଟାଲରୁ ଓ ୩୦ଜଣ ହୋମ ଆଇସୋଲେସନ୍ ରୁ ସୁସ୍ଥ ହୋଇଛନ୍ତି ।



