ଜିଲ୍ଲା କାର୍ଯ୍ୟାଳୟରେ ଅଭିଯୋଗ ଶୁଣାଣି
ଅନୁଗୋଳ, ୧୭/୦୮/୨୦୨୬: ଜିଲ୍ଲା କାର୍ଯ୍ୟାଳୟଠାରେ ଅନୁଗୋଳ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ପ୍ରତାପ ପ୍ରଧାନଙ୍କ ଅଧ୍ୟକ୍ଷତାରେ ଜନ ଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଏହି କାର୍ଯ୍ୟକ୍ରମରେ ୩୭ଟି ଅଭିଯୋଗ ଗ୍ରହଣ କରାଯାଇଥିଲା। ସେଥିମଧ୍ୟରୁ ୧୪ଟି ବ୍ୟକ୍ତିଗତ ଓ ୩ଟି ଗ୍ରାମପଞ୍ଚାୟତ ସମ୍ବନ୍ଧୀୟ ଅଭିଯୋଗ ଶୁଣାଣି କରାଯାଇଥିଲା।
ଜଣେ ହିତାଧିକାରୀଙ୍କୁ ମୁଖ୍ୟମନ୍ତ୍ରୀ ରିଲିଫ୍ ପାଣ୍ଠିରୁ ୧୦ ହଜାର ଟଙ୍କା ଚିକିତ୍ସା ସହାୟତା ରାଶି ପ୍ରଦାନ କରାଯାଇଥିଲା। ଏହି କାର୍ଯ୍ୟକ୍ରମରେ ବିଭିନ୍ନ ବିଭାଗର ଜିଲ୍ଲାସ୍ତରୀୟ ଅଧିକାରୀମାନେ ଯୋଗଦେଇଥିଲେ।
ଶିବିରକୁ ଆସିଥିବା ଲୋକମାନେ ଗ୍ରାମ ସମସ୍ୟା, ସ୍ୱାସ୍ଥ୍ୟ, ଗ୍ରାମୀଣ ଆବାସ, ଜମିଜମା ସମସ୍ୟା, ବ୍ୟକ୍ତିଗତ ସମସ୍ୟା ସମେତ ବିଭିନ୍ନ ଅଭିଯୋଗ ଦାଖଲ କରିଥିଲେ। ଅଭିଯୋଗଗୁଡ଼ିକର ଶୀଘ୍ର ସମାଧାନ ପାଇଁ ସମ୍ପୃକ୍ତ ବିଭାଗୀୟ ଅଧିକାରୀଙ୍କୁ ଆବଶ୍ୟକ ପଦକ୍ଷେପ ନେବାକୁ କୁହାଯାଇଥିଲା।




