ବଅଁରପାଳ: ବିଭିନ୍ନ ସ୍କୁଲ୍ ରେ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ,

ଅନୁଗୋଳ ଜିଲ୍ଲା ବଅଁରପାଳ ବ୍ଲକ
ଅରା ହାଟ,ସ୍କୁଲ୍ ବଉଳିଗୋଡ଼ କଙ୍କିନାଳି, ପୁରୀକିଆ ଠାରେ ସ୍କୁଲ୍ ସଚେତନତା କରାଯାଇଛି ବିଶ୍ଵ ଯୁବ କେନ୍ଦ୍ର ବଣୀନାଳୀ ଅନୁଗୋଳ ଦ୍ୱାରା ପରିଚାଳିତ ଜଷ୍ଟ ରାଇଟ ଫର୍ ଚିଲଡ୍ରେନ୍ ପ୍ରୋଗ୍ରାମ ଅନୁଷ୍ଠିତ ହୋଇଯାଇଛି l କାର୍ଯ୍ୟ କ୍ରମ ରେ ଶିକ୍ଷକ ଶିକ୍ଷୟତ୍ରୀ ଅଙ୍ଗନୱାଡି କର୍ମୀ, , କିଶୋର,କିଶୋରୀ ଉପସ୍ଥିିତଥିଲେ l ଶିଶୁଙ୍କୁ ନିଜର ଅଧିକାର ରୁ ବଞ୍ଚିତ କରି ବାଲ୍ୟ ବିବାହ , ଶିଶୁ ଚାଲାଣ, ଶିଶୁ ଯୌନ ନିର୍ଯାତନା, ଶିଶୁ ଶ୍ରମିକ ତଥା ଜୀବନ ପ୍ରତି ବିପଦ ସଙ୍କୁଳନ କାର୍ଯ୍ୟ ରେ ନିୟୋଜିତ ତଥା ଏହାର ଭୟାବହତା ଉପରେ ଆଲୋଚନା କରାଯାଇ ଥିଲା l ବାଲ୍ୟ ବିବାହ ତଥା ଶିଶୁ ଙ୍କୁ ଶ୍ରମରେ ନିୟୋଜିତ କରୁଥିବା ଲୋକଙ୍କ ପାଇଁ ଭାରତୀୟ ଆଇନ୍ ଅନୁଯାୟୀ ବାଲ୍ୟ ବିବାହ ର ଦଣ୍ଡ ବିଧାନ ଓ ନିୟମାବଳୀ ଏବଂ ପ୍ରତେକ ଶିଶୁ ର ଚାରୋଟି ପ୍ରାଥମିକ ଅଧିକାର ବିଷୟରେ ଆଲୋଚନା କରାଯାଇଥିଲା l ବିଶ୍ଵ ଯୁବ କେନ୍ଦ୍ର ର ନିର୍ଦ୍ଦେଶକ ମନୋଜ କୁମାର ମହାପାତ୍ର ଓ ପୂଜା ସ୍ୱାଇଁ ଙ୍କ ତତ୍ଵା ବଧାନ ରେ ପ୍ରକଳ୍ପ ସହଯୋଗୀ ଲକ୍ଷ୍ମୀ ବେହେରା ସଭା ପରିଚାଳନା କରିଥିଲେ




