
ଅନୁଗୋଳ ଜିଲ୍ଲାରୁ ୩୭ ଜଣ କରୋନା ପଜିଟିଭ ଚିହ୍ନଟ
ପଜିଟିଭ ସଂଖ୍ୟା ୧୧୭୦୮ ରେ ପହଞ୍ଚିଲା – ସୁସ୍ଥ ହେଲେ ୨୩ ଜଣ
ଜେ. ବି ଏନ୍ (୨୩/୧୨ /୨୦୨୦) ଅନୁଗୋଳ :ଅନୁଗୁଳ ଜିଲ୍ଲାରେ ୩୭ ଜଣ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଥିବାର ଜଣାପଡିଛି । ସେହିପରି ଅନ୍ୟ ଜିଲ୍ଲାରୁ ଅନୁଗୋଳରେ ଆଜି ( ସ୍ଵାବ ନମୁନା ଦେଇଥିବା ବ୍ୟକ୍ତି ) କେହି ଚିହ୍ନଟ ହୋଇ ନଥିବାରୁ ଆକ୍ରାନ୍ତଙ୍କ ସଂଖ୍ୟା ୨୦୬ ରେ ରହିଛି । ଅନୁଗୋଳ ଜିଲ୍ଲା ମଧ୍ୟରୁ ଚିହ୍ନଟ ହୋଇଥିବା ଆକ୍ରାନ୍ତ ମାନଙ୍କୁ ମଧ୍ୟରେ କଣିହାଁ ବ୍ଳକ୍ ଅଞ୍ଚଳରୁ ୧୯ ଜଣ ( ୧୫ଜଣ ପୁରୁଷ ଓ ୪ ଜଣ ମହିଳା ) , ଛେଣ୍ଡିପଦା ବ୍ଲକ୍ ଅଞ୍ଚଳରୁ ୮ଜଣ ( ୬ ଜଣ ପୁରୁଷ ଓ ୨ଜଣ ମହିଳା ) , ତାଳଚେର ବ୍ଲକ୍ ଅଞ୍ଚଳରୁ ୫ଜଣ ( ୨ଜଣ ପୁରୁଷ ଓ ୩ଜଣ ମହିଳା ) , ବଅଁରପାଳ ବ୍ଳକ୍ ଅଞ୍ଚଳରୁ ୪ଜଣ ( ୨ଜଣ ପୁରୁଷ ଓ ୨ଜଣ ମହିଳା ) ଓ ଅନୁଗୋଳ ପୌରାଞ୍ଚଳରୁ ୧ଜଣ ( ୧ଜଣ ପୁରୁଷ ) ଅଛନ୍ତି । ସମସ୍ତେ ଅନ୍ୟ ଆକ୍ରାନ୍ତଙ୍କ ସଂସ୍ପର୍ଶରେ ଆସି ପଜିଟିଭ ହୋଇଥିବାର ଜଣାପଡିଛି। ଆଜି ଅନୁଗୋଳ ବ୍ଳକ , କିଶୋରନଗର ବ୍ଳକ , ପାଳଲହଡା ବ୍ଳକ , ତାଳଚେର ପୌରାଞ୍ଚଳ , ଆଠମଲ୍ଲିକ ବ୍ଲକ ଓ ଆଠମଲ୍ଲିକ ବିଜ୍ଞାପିତ ଅଞ୍ଚଳ ପରିଷଦରୁ କୌଣସି ପଜିଟିଭ ଚିହ୍ନଟ ହୋଇନାହାନ୍ତି । ଚିହ୍ନଟ ହୋଇଥିବା ସମସ୍ତ ଲକ୍ଷଣଯୁକ୍ତ ଆକ୍ରାନ୍ତ ମାନଙ୍କୁ କୋଭିଡ ହସ୍ପିଟାଲକୁ ଚିକିତ୍ସା ନିମନ୍ତେ ସ୍ଥାନାନ୍ତର କରାଯାଉଥିବା ବେଳେ ସ୍ଵଳ୍ପ ଲକ୍ଷଣଯୁକ୍ତ ଓ ଲକ୍ଷଣ ବିହିନ ଆକ୍ରାନ୍ତ ମାନଙ୍କୁ ନିଜ ଘରେ ଆଇସୋଲେସନ୍ ରେ ରଖାଯାଇ ନିରିକ୍ଷଣ କରାଯାଉଛି ବୋଲି ଜିଲ୍ଲାପାଳ ଶ୍ରୀ ସିଦ୍ଧାର୍ଥ ଶଙ୍କର ସ୍ବାଇଁ ପ୍ରକାଶ କରିଛନ୍ତି । ଆଜି ଅନୁଗୋଳ ଜିଲ୍ଲାରୁ ସୁସ୍ଥ ହୋଇଥିବା ୨୩ଜଣ ଯାକ ହୋମ ଆଇସୋଲେସନ୍ ରେ ଥିବାର ଜଣାପଡିଛି ।


![{"remix_data":[],"remix_entry_point":"challenges","source_tags":["local"],"origin":"unknown","total_draw_time":0,"total_draw_actions":0,"layers_used":0,"brushes_used":0,"photos_added":0,"total_editor_actions":{},"tools_used":{"transform":1},"is_sticker":false,"edited_since_last_sticker_save":true,"containsFTESticker":false}](https://www.jagratbharatnews.in/wp-content/uploads/2026/06/Picsart_26-05-14_06-19-38-643-15-scaled.jpg)
