ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ୭୬ତମ ଜନ୍ମଦିନ ଅବସରରେ ଦେଶର ବିଭିନ୍ନ ରାଜନୈତିକ ଦଳର ନେତାମାନେ ତାଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। କଂଗ୍ରେସ ନେତା ରାହୁଲ ଗାନ୍ଧୀ, ମଲ୍ଲିକାର୍ଜୁନ ଖଡ଼ଗେ, ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ସମେତ ଅନେକ ନେତା ପ୍ରଧାନମନ୍ତ୍ରୀଙ୍କ ସୁସ୍ଥ ଜୀବନ ଓ ଦୀର୍ଘାୟୁ କାମନା କରିଛନ୍ତି।
ରାହୁଲ ଗାନ୍ଧୀ ସୋସିଆଲ ମିଡିଆ ‘ଏକ୍ସ’ରେ ମୋଦୀଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇବା ସହ ତାଙ୍କ ଉତ୍ତମ ସ୍ୱାସ୍ଥ୍ୟ ଓ ଦୀର୍ଘ ଜୀବନ କାମନା କରିଛନ୍ତି। କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖଡ଼ଗେ ମଧ୍ୟ ପ୍ରଧାନମନ୍ତ୍ରୀଙ୍କୁ ଶୁଭକାମନା ଜଣାଇଛନ୍ତି।
ମହାରାଷ୍ଟ୍ରର ଏନସିପି-ଏସପି ସାଂସଦ ସୁପ୍ରିୟା ସୁଲେ, ବିଏସପି ସୁପ୍ରିମୋ ମାୟାବତୀ, ଜମ୍ମୁ-କଶ୍ମୀର ମୁଖ୍ୟମନ୍ତ୍ରୀ ଓମାର ଅବଦୁଲ୍ଲା ଓ ଶିବସେନା (ୟୁବିଟି) ନେତ୍ରୀ ପ୍ରିୟଙ୍କା ଚତୁର୍ବେଦୀ ମଧ୍ୟ ମୋଦୀଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଛନ୍ତି।
ଆମ୍ ଆଦମୀ ପାର୍ଟି ମୁଖ୍ୟ ଅରବିନ୍ଦ କେଜ୍ରିୱାଲ ମଧ୍ୟ ପ୍ରଧାନମନ୍ତ୍ରୀଙ୍କୁ ଶୁଭକାମନା ଜଣାଇଛନ୍ତି। ତେବେ ତାଙ୍କ ସୋସିଆଲ ମିଡିଆ ପୋଷ୍ଟରେ ଦିଲ୍ଲୀ ଭୋଟର ତାଲିକା ସମ୍ପର୍କିତ ଏକ ରାଜନୈତିକ ଟିପ୍ପଣୀ ମଧ୍ୟ ରହିଛି।
ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିଜେଡି ସଭାପତି ନବୀନ ପଟ୍ଟନାୟକ ମଧ୍ୟ ପ୍ରଧାନମନ୍ତ୍ରୀ ମୋଦୀଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇବା ସହ ତାଙ୍କ ସୁସ୍ଥ ଜୀବନ ଓ ଦୀର୍ଘାୟୁ କାମନା କରିଛନ୍ତି।



