ଚିଲିକାରେ ସପ୍ତମ ସାଧାରଣ ବୈଠକ: ବିଭିନ୍ନ ବିଭାଗର କାର୍ଯ୍ୟର ସମୀକ୍ଷା କଲେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ
ଚିଲିକା: ଚିଲିକା ପଞ୍ଚାୟତ ସମିତିର ସମ୍ମିଳନୀ କକ୍ଷଠାରେ ସପ୍ତମ ସାଧାରଣ ବୈଠକ ଅନୁଷ୍ଠିତ ହୋଇଛି। ବୈଠକରେ ଯୋଗଦେଇ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ ବ୍ଲକର ବିଭିନ୍ନ ବିଭାଗ ଓ ଉନ୍ନୟନମୂଳକ କାର୍ଯ୍ୟର ସ୍ଥିତି ସମ୍ପର୍କରେ ବିସ୍ତୃତ ଆଲୋଚନା କରିଥିଲେ।

ବୈଠକରେ ଶିକ୍ଷା, ସ୍ୱାସ୍ଥ୍ୟ, କୃଷି, ଜଳଯୋଗାଣ ଓ ପରିମଳ, ମହିଳା ଓ ଶିଶୁ କଲ୍ୟାଣ, ମତ୍ସ୍ୟଚାଷ, ଗ୍ରାମ୍ୟ ଉନ୍ନୟନ, ପୂର୍ତ୍ତ, ଉଠା ଜଳସେଚନ, ବିଦ୍ୟୁତ୍, ମିଶନ ଶକ୍ତି, କ୍ଷୁଦ୍ର ଜଳସେଚନ, ଭି.ବି.-ଜି ରାମ୍-ଜି, ଯୋଗାଣ, ସାମାଜିକ ସୁରକ୍ଷା, ଜଙ୍ଗଲ ଓ ପ୍ରାଣୀ ଚିକିତ୍ସା ବିଭାଗ ସମେତ ବ୍ଲକର ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟ ଉପରେ ଆଲୋଚନା ହୋଇଥିଲା।
ବିଭିନ୍ନ ପଞ୍ଚାୟତରେ ଚାଲୁଥିବା ପ୍ରକଳ୍ପଗୁଡ଼ିକର ଅଗ୍ରଗତି ଓ କାର୍ଯ୍ୟାନ୍ୱୟନ ସମ୍ପର୍କରେ ମନ୍ତ୍ରୀ ଅଧିକାରୀମାନଙ୍କଠାରୁ ତଥ୍ୟ ନେଇଥିଲେ। ନିର୍ଦ୍ଧାରିତ ସମୟସୀମା ମଧ୍ୟରେ ପ୍ରକଳ୍ପଗୁଡ଼ିକୁ ସମ୍ପୂର୍ଣ୍ଣ କରିବା ସହ କାର୍ଯ୍ୟରେ ସ୍ୱଚ୍ଛତା ଓ ଗୁଣାତ୍ମକ ମାନଦଣ୍ଡ ବଜାୟ ରଖିବାକୁ ସମ୍ପୃକ୍ତ ବିଭାଗୀୟ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଥିଲେ।
ବୈଠକରେ ବ୍ଲକ ଅଧ୍ୟକ୍ଷା, ଉପାଧ୍ୟକ୍ଷ, ବିଡିଓ, ତହସିଲଦାର, ବିଭିନ୍ନ ପଞ୍ଚାୟତର ସରପଞ୍ଚ, ସମିତି ସଭ୍ୟ/ସଭ୍ୟା, ଜିଲ୍ଲା ପରିଷଦ ସଭ୍ୟାଙ୍କ ସମେତ ବ୍ଲକସ୍ତରୀୟ ବିଭିନ୍ନ ବିଭାଗର ଅଧିକାରୀମାନେ ଉପସ୍ଥିତ ଥିଲେ।
ବ୍ଲକ ଅଞ୍ଚଳରେ ଚାଲୁଥିବା ବିକାଶ କାର୍ଯ୍ୟରେ ଗତି ଆଣିବା ସହ ଲୋକଙ୍କ ଆବଶ୍ୟକତାକୁ ପ୍ରାଥମିକତା ଦେଇ ସରକାରୀ ଯୋଜନାର ସୁଫଳ ତୃଣମୂଳସ୍ତରରେ ପହଞ୍ଚାଇବା ଉପରେ ବୈଠକରେ ଗୁରୁତ୍ୱ ଦିଆଯାଇଥିଲା।



