
ଅନୁଗୋଳ ଜିଲ୍ଲାରୁ ୨୫ ଜଣ କରୋନା ପଜିଟିଭ ଚିହ୍ନଟ
ପଜିଟିଭ ସଂଖ୍ୟା ୧୧୭୩୩ରେ ପହଞ୍ଚିଲା
ସୁସ୍ଥ ହେଲେ ୫୩ ଜଣ ଆକ୍ରାନ୍ତ ।
(ଜେ ବି ଏନ /ସୁଶିଲ କୁମାର) ୨୪/୧୨ /୨୦୨୦ ଅନୁଗୋଳ : ଅନୁଗୋଳ ଜିଲ୍ଲାରେ ୨୫ ଜଣ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଥିବାର ଜଣାପଡିଛି । ସେହିପରି ଅନ୍ୟ ଜିଲ୍ଲାରୁ ଅନୁଗୋଳରେ ସ୍ଵାବ ନମୁନା ଦେଇଥିବା ବ୍ୟକ୍ତିମାନକ ମଧ୍ୟରୁ ୩ ଜଣ ଆକ୍ରାନ୍ତ ଚିହ୍ନଟ ହୋଇ ସମୁଦାୟ ଆକ୍ରାନ୍ତ ସଂଖ୍ୟା ୨୦୯ ରେ ପହଞ୍ଚିଛି । ଅନୁଗୋଳ ଜିଲ୍ଲା ମଧ୍ୟରୁ ଚିହ୍ନଟ ହୋଇଥିବା ଆକ୍ରାନ୍ତ ମାନଙ୍କ ମଧ୍ୟରେ ଛେଣ୍ଡିପଦା ବ୍ଳକ ଅଞ୍ଚଳରୁ ୧୦ଜଣ ( ୭ଜଣ ପୁରୁଷ ଓ ୩ଜଣ ମହିଳା ) , ବଅଁରପାଳ ବ୍ଳକ ଅଞ୍ଚଳରୁ ୫ଜଣ ( ୩ଜଣ ପୁରୁଷ ଓ ୨ଜଣ ମହିଳା ) , ଅନୁଗୋଳ ପୌରାଞ୍ଚଳରୁ ୪ଜଣ ( ୩ଜଣ ପୁରୁଷ ଓ ୧ଜଣ ମହିଳା ) , ତାଳଚେର ବ୍ଲକ ଅଞ୍ଚଳରୁ ୨ ଜଣ ( ୨ଜଣ ମହିଳା ) , କଣିହାଁ ବ୍ଳକ ଅଞ୍ଚଳରୁ ୨ଜଣ ( ୨ଜଣ ପୁରୁଷ ) , କିଶୋରନଗର ବ୍ଳକ ଅଞ୍ଚଳରୁ ୧ଜଣ ( ୧ଜଣ ମହିଳା ) ଓ ଅନୁଗୋଳ ବ୍ଳକ ଅଞ୍ଚଳରୁ ୧ଜଣ ( ୧ଜଣ ପୁରୁଷ ) ଅଛନ୍ତି ।

ସମସ୍ତେ ଅନ୍ୟ ଆକ୍ରାନ୍ତ ଙ୍କ ସଂସ୍ପର୍ଶରେ ଆସି ପଜିଟିଭ ହୋଇଥିବାର ଜଣାପଡିଛି । ଆଜି ପାଳଲହଡା ବ୍ଳକ , ତାଳଚେର ପୌରାଞ୍ଚଳ , ଆଠମଲ୍ଲିକ ବ୍ଲକ ଓ ଆଠମଲ୍ଲିକ ବିଜ୍ଞାପିତ ଅଞ୍ଚଳ ପରିଷଦରୁ କୌଣସି ପଜିଟିଭ ଚିହ୍ନଟ ହୋଇନାହାନ୍ତି । ଚିହ୍ନଟ ହୋଇଥିବା ସମସ୍ତ ଲକ୍ଷଣଯୁକ୍ତ ଆକ୍ରାନ୍ତ ମାନଙ୍କୁ କୋଭିଡ ହସ୍ପିଟାଲକୁ ଚିକିତ୍ସା ନିମନ୍ତେ ସ୍ଥାନାନ୍ତର କରାଯାଉଥିବା ବେଳେ ସ୍ଵଳ୍ପ ଲକ୍ଷଣଯୁକ୍ତ ଓ ଲକ୍ଷଣ ବିହିନ ଆକ୍ରାନ୍ତ ମାନଙ୍କୁ ନିଜ ଘରେ ଆଇସୋଲେସନ ରେ ରଖାଯାଇ ନିରିକ୍ଷଣ କରାଯାଉଛି ବୋଲି ଜିଲ୍ଲାପାଳ ଶ୍ରୀ ସିଦ୍ଧାର୍ଥ ଶଙ୍କର ସ୍ଵାଇଁ ପ୍ରକାଶ କରିଛନ୍ତି । ଆଜି ଅନୁଗୋଳ ଜିଲ୍ଲାରୁ ସୁସ୍ଥ ହୋଇଥିବା ୫୩ଜଣ ଯାକ ହୋମ ଆଇସୋଲେସନ ରେ ଥିବାର ଜଣାପଡିଛି ।



![{"remix_data":[],"remix_entry_point":"challenges","source_tags":["local"],"origin":"unknown","total_draw_time":0,"total_draw_actions":0,"layers_used":0,"brushes_used":0,"photos_added":0,"total_editor_actions":{},"tools_used":{"transform":1},"is_sticker":false,"edited_since_last_sticker_save":true,"containsFTESticker":false}](https://www.jagratbharatnews.in/wp-content/uploads/2026/06/Picsart_26-05-14_06-19-38-643-15-scaled.jpg)